ଖୋଲିଲା ଶିକ୍ଷାନୁଷ୍ଠାନ : ପ୍ରଥମ ଦିନରେ ଛାତ୍ରଛାତ୍ରୀଙ୍କ ଉପସ୍ଥାନ ଅତ୍ୟନ୍ତ ଉତ୍ସାହଜନକ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟର ସମସ୍ତ ୩୦ଟି ଜିଲ୍ଲାର ଅଷ୍ଟମରୁ ଦ୍ୱାଦଶ ଶ୍ରେଣୀ ପର୍ୟ୍ୟନ୍ତ ବିଦ୍ୟାର୍ଥୀଙ୍କ ନିମନ୍ତେ ଗତକାଲି ଶିକ୍ଷାନୁଷ୍ଠାନ ଖୋଲିଥିବା ବେଳେ ପ୍ରଥମ ଦିନରେ ଛାତ୍ରଛାତ୍ରୀଙ୍କ ଉପସ୍ଥାନ ଅତ୍ୟନ୍ତ ଉତ୍ସାହଜନକ ଥିଲା । ସମୁଦାୟ ୨୪, ୪୫, ୪୦୭ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୧୪,୪୨, ୭୯୦ ଜଣ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.