ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨୧ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ଵର, (କେପିଏନଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨୧ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୭୭୫କୁ ବୃଦ୍ଧି ପାଇଛି । ଯାଜପୁର ଓ ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, କଟକ, ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ଭଦ୍ରକ, ଢେଙ୍କାନାଳ , ଗଞ୍ଜାମ , ଜଗତସିଂହପୁର, ଖୋର୍ଦ୍ଧା, କେନ୍ଦୁଝର, ନୂଆପଡ଼ା, ପୁରୀ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.