jayashree

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨୧ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨୧ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୮୧୮କୁ ବୃଦ୍ଧି ପାଇଛି । ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୨ଜଣ, ଭଦ୍ରକ, ଖୋର୍ଦ୍ଧା ଓ ଗଞ୍ଜାମ ଜିଲ୍ଲାରୁ ୨ଜଣ ଲେଖାଁଏ ଏବଂ କନ୍ଧମାଳ, ବାଲେଶ୍ୱର ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ଜୀବନ ନେଇଛି ଘାତକ କରୋନା । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.