ମୋ ସ୍କୁଲ୍ ଅଭିଯାନ ରାଜ୍ୟର ଶିକ୍ଷା କ୍ଷେତ୍ରରେ ଏକ ବୈପ୍ଳବିକ ପରିବର୍ତ୍ତନ ଆଣିଛି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୋ ସ୍କୁଲ୍ ଅଭିଯାନ ରାଜ୍ୟର ଶିକ୍ଷା କ୍ଷେତ୍ରରେ ଏକ ବୈପ୍ଳବିକ ପରିବର୍ତ୍ତନ ଆଣିଛି । ଆଗାମୀ ଦିନରେ ଏହି ଅଭିଯାନକୁ ଆହୁରି ବ୍ୟାପକ କରାଯିବ ବୋଲି ମୋ ସ୍କୁଲ ଅଭିଯାନର ୯ମ ପରିଚାଳନା ପରିଷଦ ବୈଠକରେ ଅଧ୍ୟକ୍ଷା ଶ୍ରୀମତୀ ସୁସ୍ମିତା ବାଗ୍‌ଚୀ କହିଛନ୍ତି । ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ଶିକ୍ଷକ ଏବଂ ଛାତ୍ରଛାତ୍ରୀ ମାନଙ୍କୁ ଡିଜିଟାଲ କ୍ଷେତ୍ରରେ ଦକ୍ଷ କରାଯାଉଛି ବୋଲି ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ କହିଥିଲେ । ବିଭିନ୍ନ ଜାତୀୟ ତଥା ଆନ୍ତର୍ଜାତୀୟ ସଂସ୍ଥା ସହ ମିଳିତ ଭାବରେ ଏକାଧିକ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ପାଠପଢା ସହ ପିଲାମାନଙ୍କୁ ପ୍ରଯୁକ୍ତିବିଦ୍ୟା, କ୍ରୀଡା ଏବଂ ରୂପାନ୍ତରଣ ପ୍ରକ୍ରିୟାରେ ସେମାନଙ୍କ ସହଯୋଗ ଲୋଡାଯାଇଛି । ଜନଜାତି ଅଞ୍ଚଳରେ ଥିବା ସ୍କୁଲ୍ ଏବଂ ଛାତ୍ରଛାତ୍ରୀଙ୍କ ସାମଗ୍ରୀକ ବିକାଶ ଉପରେ ଅଧିକ ଗୁରୁତ୍ୱ ଦେବାକୁ ଶ୍ରୀ ସେଠୀ ନିର୍ଦ୍ଦେଶ ଦେଇଥିଲେ ।

Leave A Reply

Your email address will not be published.