jayashree

ସମିତି ସଭ୍ୟ ପ୍ରାର୍ଥୀଙ୍କ ଘର ଉପରକୁ ବୋମାମାଡ଼ ହୋଇଥିବା ଅଭିଯୋଗ

ସାଲେପୁର : କଟକ ଜିଲ୍ଲା ସାଲେପୁର ଶିଶୁଆ ଗ୍ରାମ ପଞ୍ଚାୟତ ସମିତି ସଭ୍ୟ ପ୍ରାର୍ଥୀ ଦିଲ୍ଲୀପ ଦାଶଙ୍କ ଘର ଉପରକୁ ବିଳମ୍ଵିତ ରାତିରେ ବୋମାମାଡ଼ ହୋଇଥିବା ଅଭିଯୋଗ ହୋଇଛି । ସୂଚନା ଅନୁସାରେ ଗତକାଲି ବିଳମ୍ବିତ ରାତିରେ ସାଲେପୁର ନିକଟସ୍ଥ ଶିଶୁଆ ଗ୍ରାମ ପଞ୍ଚାୟତ ସମିତି ସଭ୍ୟ ପ୍ରାର୍ଥୀ ଦିଲ୍ଲୀପ ଦାଶଙ୍କ ଘରକୁ ଲଗାତାର ଦୁଇଟି ବୋମାମାଡ଼ ହୋଇଥିବା ଜଣାପଡ଼ିଛି । ଏଥିରେ ତାଙ୍କ ପତ୍ନୀ ନିରୁପମା ପତି ଗୁରୁତର ହୋଇଥିବା ଜଣାପଡ଼ିଛି । ତାଙ୍କୁ ପ୍ରଥମେ ସାଲେପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓ ପରେ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି । ବୋମାମାଡ଼ ସମୟରେ ଦିଲ୍ଲୀପ ଘରେ ନଥିଲେ, ସେ ପୁରୁଷୋତ୍ତମପୁର ଗାଁକୁ ନିର୍ବାଚନୀ ପ୍ରଚାରରେ ଯାଇଥିଲେ ବୋଲି କହିଛନ୍ତି । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି ।

Leave A Reply

Your email address will not be published.