ସଡକ ଦୁର୍ଘଟଣା ମିନିଟ୍ରକ୍ ସହ ଧକ୍କା ହେଲା ଅଟୋ : ଜଣେ ମୃତ, ୨ ଗୁରୁତର

ସାଲେପୁର : କଟକ-ଚାନ୍ଦବାଲି ରାସ୍ତାର ନନ୍ଦୋଳଗଡା ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଥବା ଜଣାପଡ଼ିଛି । ଏକ ଅଟୋ ସହ ମିନିଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଥିବା ଜଣାପଡ଼ିଛି । ସୂଚନା ଅନୁସାରେ ଭୁବନେଶ୍ୱରରୁ କେନ୍ଦ୍ରାପଡା ଛତା ଅଭିମୁଖେ ଯାଉଥିବା ଏକ ଅଟୋ ସହ ଆରପଟରୁ ଆସୁଥିବା ମିନିଟ୍ରକ୍ ସହ ମୁହାଁମୁହିଁ ଧକ୍କା ହେବା ଫଳରେ ଅଟୋରେ ଯାଉଥିବା ୪ ଜଣ ଯାତ୍ରୀଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ହେବା ସହ ଦୁଇ ଜଣ ଗୁରୁତର ଆହତ ହୋଇଥିବା ଜଣାପଡ଼ଇଛି । ଘଟଣାସ୍ଥଳରେ ସାଲେପୁର ପୋଲିସ ପହଞ୍ଚି ଉକ୍ତ ଗାଡିଟିକୁ ଜବତ କରିବା ସହ ଗୁରୁତର ଆହତ ବ୍ୟକ୍ତିଙ୍କୁ ଚିକିତ୍ସା ନିମନ୍ତେ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରିଥିବା ବେଳେ ମୃତ ବ୍ୟକ୍ତିଙ୍କ ଶବକୁ ବ୍ୟବଚ୍ଛେଦ ନିମନ୍ତେ ପଠାଯାଇଛି ।

Leave A Reply

Your email address will not be published.