ପ୍ରାର୍ଥୀଙ୍କ ମୃତ୍ୟୁ ଯୋଗୁଁ ପ୍ରଥମ ପର୍ଯ୍ୟାୟରେ ୨୩ଟି ସ୍ଥାନରେ ମତଦାନ ବନ୍ଦ

ଭୁବନେଶ୍ଵର : ପଞ୍ଚାୟତ ନିର୍ବାଚନକୁ ନେଇ ଗାଁ ରାଜନୀତି ସରଗରମ ରହିଥିବା ବେଳେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି । ଆଜି ସକାଳୁ ବିଭିନ୍ନ ମତଦାନ କେନ୍ଦ୍ରରେ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ ରାଜନୈତିକ ହିଂସା ମଧ୍ୟ ଦେଖିବାକୁ ମିଳିଛି । ତେବେ ପ୍ରାର୍ଥୀଙ୍କ ମୃତ୍ୟୁ ଯୋଗୁଁ ୨୩ ସ୍ଥାନରେ ନିର୍ବାଚନ ବନ୍ଦ ରହିଥବା ସୂଚନା ମିଳିଛି । ଗୋଟିଏ ଜିଲ୍ଲା ପରିଷଦ ଏବଂ ୬ଟି ସରପଞ୍ଚ ପଦବୀ ପାଇଁ ନିର୍ବାଚନ ବନ୍ଦ ହୋଇଛି । ସେହିପରି ୩ଟି ପଞ୍ଚାୟତ ସମିତି ସଭ୍ୟ, ୧୩ଟି ୱାର୍ଡମେମ୍ବର ପଦବୀରେ ନିର୍ବାଚନ ବନ୍ଦ ହୋଇଛି । ଏନେଇ ରାଜ୍ୟ ନିର୍ବାଚନ ଆୟୋଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.