ରାଜନୈତିକ ହିଂସାକୁ ନେଇ ନୁଇ ଗୋଷ୍ଠୀ ମଧ୍ୟରେ ଲଢେଇ

ଚନ୍ଦାବାଲି : ଚାନ୍ଦବାଲି ବ୍ଲକ ଖଦାଳପୋଖରୀ ପଂଚାୟତରେ ରାଜନୈତିକ ହିଂସା ଯୋଗୁଁ ୨ ଗୋଷ୍ଠୀଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇ ଉଭୟ ଗୋଷ୍ଠୀର ୬ ଜଣ ଗୁରୁତର ହୋଇଥିବା ଜଣାପଡିଛି । ଗୁରୁତରଙ୍କୁ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି । ଘଣ୍ଟେଶ୍ୱର ପୋଲିସ ଖବର ପାଇ ଘଟଣା ସ୍ଥଳରେ ପହଂଚି ତଦନ୍ତ କରିବା ସହ ପରିସ୍ଥିତି ଉପରେ ନଜର ରଖିଥିବା ଜଣାପଡିଛି ।

Leave A Reply

Your email address will not be published.