ଭୁବନେଶ୍ଵର, (କେପିଏନ୍ଏସ୍) : ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୯ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୪୫ କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ସୁନ୍ଦରଗଡ ଓ ପୁରୀ ଜିଲ୍ଲାରୁ ୨ଜଣ, ସମ୍ବଲପୁର, ନୟାଗଡ଼, ଖୋର୍ଦ୍ଧା, କେନ୍ଦୁଝର, କଟକ ଜିଲ୍ଲାର ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।