ସୁରକ୍ଷାକର୍ମୀ-ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ : ଦୁଇ ଆତଙ୍କବାଦୀ ମୃତ

ଜମ୍ମୁ : ଜମ୍ମୁ-କାଶ୍ମୀରର ଶୋପିୟାଁରେ ସୁରକ୍ଷାକର୍ମୀ-ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟରେ ଦୁଇ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ସୂଚନା ଅନୁଯାୟୀ, ଶୋପିୟାଁ ଜିଲ୍ଲାର ଅମଶୀପୋରା ଅଞ୍ଚଳରେ ଆତଙ୍କବାଦୀମାନେ ଲୁଚି ରହିଥିବା ନେଇ ଖବର ମିଳିଥିଲା । ଖବର ପାଇବା ମାତ୍ରେ ସୁରକ୍ଷାକର୍ମୀ ଅଞ୍ଚଳରେ ତଲାସି ଆରମ୍ଭ କରିଥିଲେ । ଏହି ସମୟରେ ଆତଙ୍କବାଦୀ ନିଜକୁ ଘେରାଉ ଅବସ୍ଥାରେ ଦେଖି ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳିଚାଳନା କରିଥିବା ବେଳେ ସୁରକ୍ଷାକର୍ମୀଙ୍କ ପାଲଟା ଗୁଳିଚାଳନାରେ ଦୁଇ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିଲା । ଏବେ ମଧ୍ୟ ଉକ୍ତ ଅଞ୍ଚଳରେ ଆତଙ୍କବାଦୀ ଲୁଚି ରହିଥିବା ନେଇ ତଲାସି ଅଭିଯାନ ଜାରି ରହିଛି ଏବଂ ଗମନାଗମନର କିଛି ସ୍ଥାନକୁ ବନ୍ଦ ରଖାଯାଇଥିବା ସୂଚନା ମିଳିଛି ।

Leave A Reply

Your email address will not be published.