ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ବିୟୋଗରେ ରାଜ୍ୟ ଜଳ ସମ୍ପଦ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସଙ୍କ ଶୋକ ବାର୍ତ୍ତା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ବିୟୋଗରେ ରାଜ୍ୟ ଜଳସମ୍ପଦ, ସୂଚନା ଓ ଲୋକ ସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ଗଭୀର ଶୋକ ପ୍ରକାଶ କରିଛନ୍ତି । ମନ୍ତ୍ରୀ ଶ୍ରୀ ଦାସ ଶୋକ ବାର୍ତ୍ତାରେ କହିଛନ୍ତି ଯେ, ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ବିଶ୍ୱାଳ ତାଙ୍କର ଲୋକପ୍ରିୟତା ଓ ସାଙ୍ଗଠନିକ ଦକ୍ଷତା ଯୋଗୁଁ ଦୁଇଥର ମୁଖ୍ୟମନ୍ତ୍ରୀ ହେବା ସହ ଓଡିଶା ରାଜନୀତିରେ ସକ୍ରିୟ ଅଂଶଗ୍ରହଣ କରିଥିଲେ । ତାଙ୍କର ବିୟୋଗରେ ଓଡିଶା ରାଜନୈତିକ କ୍ଷେତ୍ରରେ ଅପୂରଣୀୟ କ୍ଷତି ଘଟିଛି ବୋଲି ମନ୍ତ୍ରୀ ଶ୍ରୀ ଦାସ ପ୍ରକାଶ କରିବା ସହ ଦିବଂଗତ ଆମର ଆତ୍ମାର ସଦ୍‌ଗତି କାମନା ପୂର୍ବକ ଶୋକ ସନ୍ତପ୍ତ ପରବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି ।

Leave A Reply

Your email address will not be published.