csstore

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୯୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୯୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୮୬ ଜଣଙ୍କ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୩୦୭୯ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୭୧ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୧୨୨ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳରୁ ୩୫, ବାଲେଶ୍ୱରରୁ ୯, ବରଗଡରୁ ୩, ଭଦ୍ରକରୁ ୪, ବଲାଙ୍ଗିରରୁ ୩, ବୌଦ୍ଧରୁ ୧, କଟକରୁ ୩, ଦେଓଗଡରୁ ୨, ଢେଙ୍କାନାଳରୁ ୧, ଗଜପତିରୁ ୨୫, ଗଞ୍ଜାମରୁ ୨୦, ଜଗତସିଂହପୁରରୁ ୩, ଯାଜପୁରରୁ ୧୮, ଝାରସୁଗୁଡାରୁ ୧୩, କଳାହାଣ୍ଡିରୁ ୨, କେନ୍ଦ୍ରାପଡାରୁ ୧୧, କେଉଁଝରରୁ ୨୦, ଖୋର୍ଦ୍ଧାରୁ ୨୯, କୋରାପୁଟରୁ ୧, ମୟୁରଭଞ୍ଜରୁ ୧୨, ନବରଙ୍ଗପୁରରୁ ୪, ନୟାଗଡରୁ ୨, ନୂଆପଡାରୁ ୪, ପୁରୀରୁ ୧, ରାୟଗଡାରୁ ୧୪, ସମ୍ବଲପୁରରୁ ୨୫, ସୁବର୍ଣ୍ଣପୁରରୁ ୬, ସୁନ୍ଦରଗଡରୁ ୧୫ ଓ ଷ୍ଟେଟ ପୁଲ୍‌ରୁ ୭ ଚିହ୍ନଟ ହୋଇଛନ୍ତି ।

jayashree
Leave A Reply

Your email address will not be published.