oom

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୬୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

jsmm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୬୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୨୯ ଜଣଙ୍କ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୩୪୦ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୯୯ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୬୯ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳରୁ ୪, ବାଲେଶ୍ୱରରୁ ୧୪, ଭଦ୍ରକରୁ ୧, ବଲାଙ୍ଗିରରୁ ୨, ବୌଦ୍ଧରୁ ୧, କଟକରୁ ୯, ଢେଙ୍କାନାଳରୁ ୨, ଗଜପତିରୁ ୨୨, ଗଞ୍ଜାମରୁ ୧, ଜଗତସିଂହପୁରରୁ ୨, ଯାଜପୁରରୁ ୬, ଝାରସୁଗୁଡାରୁ ୧୬, କଳାହାଣ୍ଡିରୁ ୧, କେନ୍ଦ୍ରାପଡାରୁ ୧୦, କେଉଁଝରରୁ ୧, ଖୋର୍ଦ୍ଧାରୁ ୮, କୋରାପୁଟରୁ ୩, ମୟୁରଭଞ୍ଜରୁ ୬, ନବରଙ୍ଗପୁରରୁ ୧, ନୂଆପଡାରୁ ୮, ପୁରୀରୁ ୧, ରାୟଗଡାରୁ ୨, ସମ୍ବଲପୁରରୁ ୩୧, ସୁନ୍ଦରଗଡରୁ ୧୪ ଓ ଷ୍ଟେଟ ପୁଲ୍‌ରୁ ୨ ଚିହ୍ନଟ ହୋଇଛନ୍ତି ।

jittmm
Leave A Reply

Your email address will not be published.