oom

ୟୁକ୍ରେନ୍‌ରୁ ଫେରିଲେ ୬୫ ଜଣ ଓଡ଼ିଆ ଛାତ୍ରଛାତ୍ରୀ

jsmm

ଭୁବନେଶ୍ୱର : ୟୁକ୍ରେନ୍‌ରୁ ଓଡ଼ିଶାକୁ ଫେରିଛନ୍ତି ୬୫ ଜଣ ଓଡ଼ିଆ ଛାତ୍ରଛାତ୍ରୀ । ଯୁଦ୍ଧ ଅଞ୍ଚଳ ଖାରକିଭ୍ ଓ ପିସୋଚିନ୍ ଅଞ୍ଚଳରେ ଥିବା ଛାତ୍ରଛାତ୍ରୀ ଗତ ତିନିଦିନ ଧରି ଅଟକି ରହି ଭୀଷଣ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ସେମାନଙ୍କ ମଧ୍ୟରୁ ୬୫ ଜଣଙ୍କୁ ରାଜ୍ୟ ସରକାର ଦୁଇଟି ସ୍ୱତନ୍ତ୍ର ବସ୍ ଯୋଗେ ନିରାପଦ ଭାବେ ପଶ୍ଚିମ ୟୁକ୍ରେନ ସୀମାକୁ ଆଣିବା ପାଇଁ ସଫଳ ହୋଇଛନ୍ତି । ସେ ଅଞ୍ଚଳରେ ଥିବା ସବୁ ଛାତ୍ରଛାତ୍ରୀଙ୍କୁ ଉଦ୍ଧାର କରି ବିମାନ ଯୋଗେ ଭାରତକୁ ଆଣିବା ପାଇଁ ପ୍ରକ୍ରିୟା ଜାରି ରହିଥିବା ବେଳେ ଏପର୍ଯ୍ୟନ୍ତ ୧୯୯ ଛାତ୍ରଛାତ୍ରୀ ନିରାପଦ ଭାବରେେ ଭାରତରେ ପହଞ୍ଚି ସାରିଥିବା ସୂଚନା ମିଳିଛି । ସବୁ ଓଡ଼ିଆ ପିଲାଙ୍କୁ ନିରାପଦ ଭାବରେ ଉଦ୍ଧାର କରିବା ପାଇଁ ଓଡ଼ିଶା ସରକାର ଉଦ୍ୟମ ଜାରି ରଖିଛନ୍ତି । ନୂଆଦିଲ୍ଲୀ ସ୍ଥିତ ରେସିଡାଣ୍ଟ କମିଶନ ଅଫିସ ଉଦ୍ଧାର କାର୍ଯ୍ୟରେ ସମନ୍ୱୟ ରକ୍ଷା କରୁଛନ୍ତି । ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସରକାର ୟୁକ୍ରେନ ସୀମା ସଂଲଗ୍ନ ୪ଟି ଦେଶ ପାଇଁ ୪ ଜଣ ସ୍ୱତନ୍ତ୍ର ପ୍ରତିନିଧିଙ୍କୁ ସମନ୍ୱୟ ରଖିବା ପାଇଁ ଦାୟିତ୍ୱ ଦେଇଛନ୍ତି ।

jittmm
Leave A Reply

Your email address will not be published.