csstore

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୪୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୪୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୩୭ ଜଣଙ୍କ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୫୯୦ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୮୪ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୬୧ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳରୁ ୫, ବାଲେଶ୍ୱରରୁ ୧୨, ଭଦ୍ରକରୁ ୧, ବଲାଙ୍ଗିରରୁ ୨, ବୌଦ୍ଧରୁ ୧, କଟକରୁ ୪, ଦେବଗଡରୁ ୪, ଗଜପତିରୁ ୧୬, ଗଞ୍ଜାମରୁ ୬, ଜଗତସିଂହପୁରରୁ ୧, ଯାଜପୁରରୁ ୪, ଝାରସୁଗୁଡାରୁ ୮, କଳାହାଣ୍ଡିରୁ ୧, କନ୍ଧମାଳରୁ ୧, କେନ୍ଦ୍ରାପଡାରୁ ୩, ଖୋର୍ଦ୍ଧାରୁ ୨୫, କୋରାପୁଟରୁ ୨, ମୟୁରଭଞ୍ଜରୁ ୪, ନବରଙ୍ଗପୁରରୁ ୪, ନୂଆପଡାରୁ ୨, ସମ୍ବଲପୁରରୁ ୧୭, ସୁନ୍ଦରଗଡରୁ ୧୬ ଓ ଷ୍ଟେଟ ପୁଲ୍‌ରୁ ୬ ଚିହ୍ନଟ ହୋଇଛନ୍ତି ।

jayashree
Leave A Reply

Your email address will not be published.