csstore

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୭୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୭୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୧୫ ଜଣଙ୍କ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୬୬୮ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୨ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୩୦ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ବାଲେଶ୍ୱରରୁ ୧, ଭଦ୍ରକରୁ ୧, ବରଗଡରୁ ୧, ବଲାଙ୍ଗିରରୁ ୪, ବୌଦ୍ଧରୁ ୧, କଟକରୁ ୨, ଗଜପତିରୁ ୭, ଗଞ୍ଜାମରୁ ୧୭, ଯାଜପୁରରୁ ୪, କନ୍ଧମାଳରୁ ୧, କେନ୍ଦ୍ରପଡାରୁ ୩, ଖୋର୍ଦ୍ଧାରୁ ୯, କୋରାପୁଟରୁ ୪, ମୟୁରଭଞ୍ଜରୁ ୩, ନୟାଗଡରୁ ୨, ସମ୍ବଲପୁରରୁ ୩, ସୁନ୍ଦରଗଡରୁ ୭ ଓ ଷ୍ଟେଟ ପୁଲ୍‌ରୁ ୨ ଚିହ୍ନଟ ହୋଇଛନ୍ତି ।

jayashree
Leave A Reply

Your email address will not be published.