ସମ୍ବଲପୁର ଗସ୍ତରେ ୫ଟି ସଚିବ ଭି.କେ ପାଣ୍ଡିଆନ୍

ସମ୍ବଲପୁର : ସମ୍ବଲପୁର ଗସ୍ତରେ ୫-ଟି ସଚିବ ଭି.କେ ପାଣ୍ଡିଆନ୍ । ଏହି ଗସ୍ତରେ ତାଙ୍କ ସହ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ପୂର୍ତ୍ତ ସଚିବ ଭିଭି ଯାଦବ ଓ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସେକ୍ରେଟାରୀ ଆର ଭିନିଲକ୍ରିଷ୍ଣା, ପୂର୍ତ୍ତ ବିଭାଗର ପ୍ରମୁଖ ସଚିବ ବିର ବିକ୍ରମ ୟାଦବ ସାମିଲ ଅଛନ୍ତି । ସେମାନେ ସମଲେଇ ଯୋଜନାର ଅଗ୍ରଗତି ନେଇ ସମୀକ୍ଷା କରିବେ ବୋଲି ଜଣାପଡିଛି । ୫-ଟି ସଚିବ ସମଲେଇ ମନ୍ଦିର ବୁଲିବା ସହ ମନ୍ଦିର ପୂଜକ, ଜିଲ୍ଲା ପ୍ରଶାସନର ଅଧିକାରୀଙ୍କ ସହ ଆଲୋଚନା କରିବେ ।ପ୍ରଥମେ ଜମାଦାରପାଲି ଏୟାରଷ୍ଟ୍ରିପରେ ଓହ୍ଲାଇବା ପରେ ମନ୍ଦିର ପହଞ୍ଚିବେ । ଏନେଇ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି ।

Leave A Reply

Your email address will not be published.