ଭୁବନେଶ୍ୱର, (କେପିଏନ୍ଏସ୍) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୩୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୬ ଜଣଙ୍କ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୫୯ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୯ ଜଣ କ୍ୱାରେନ୍ଟାଇନ୍ରୁ ଏବଂ ୧୩ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ବାଲେଶ୍ୱରରୁ ୩, କଟକରୁ ୧, ଢେଙ୍କାନାଳରୁ ୧, ଗଜପତିରୁ ୭, ଯାଜପୁରରୁ ୬, କେନ୍ଦ୍ରପଡାରୁ ୧, ଖୋର୍ଦ୍ଧାରୁ ୨, ମୟୁରଭଞ୍ଜରୁ ୨, ନୟାଗଡରୁ ୧, ସମ୍ବଲପୁରରୁ ୨, ସୁନ୍ଦରଗଡରୁ ୫, ଷ୍ଟେଟ ପୋଲରୁ ୧ ଚିହ୍ନଟ ହୋଇଛନ୍ତି ।