କନ୍ଧମାଳ ଜିଲ୍ଲା ବିଜେପି ପ୍ରଭାରୀ ତଥା ରାଜ୍ୟ ବିଜେପି ପ୍ରବକ୍ତାଙ୍କ ଗାଡିକୁ ଭାଙ୍ଗିଲେ ଦୁର୍ବୃତ୍ତ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବିଜେପି ପ୍ରଭାରୀ ତଥା ରାଜ୍ୟ ବିଜେପି ପ୍ରବକ୍ତା ବିରଞ୍ଚି ନାରାୟଣ ତ୍ରିପାଠୀଙ୍କ ଗାଡିକୁ କୌଣସି ଦୁର୍ବୃତ୍ତ ଗତ ରାତିରେ ଭାଙ୍ଗିଦେଇଥିବା ଜଣାପଡିଛି । ପ୍ରକାଶ ଯେ, ଶ୍ରୀ ତ୍ରିପାଠୀ କନ୍ଧମାଳ ଜିଲ୍ଲା ଫୁଲବାଣୀରେ ପୌରପରିଷଦ ପ୍ରଚାର କରି ରାତିରେ ୬ନଂ. ୱାର୍ଡରେ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଭଗବାନ ମହାନ୍ତିଙ୍କ ଘରେ ରାତ୍ରିଯାପନ କରିଥିଲେ । ତାଙ୍କ ମାରୁତି ୱାଗନର ଗାଡିଟି ଘର ପାଖରେ ରଖିଥିଲେ । ସକାଳେ ଦେଖିଲା ବେଳକୁ ଗାଡିର ପଛ ପାଖ କାଚକୁ ପଥର ମାରି ଭାଙ୍ଗି ଦେଇଥିବା ଦେଖିବାକୁ ମିଳିଛି । ଏହା ସହିତ କିଛି ବିଜେପି ବ୍ୟାନରକୁ ମଧ୍ୟ ଚିରି ଫୋପାଡ଼ି ଦେଇଛନ୍ତି । ଏହା ଆଗରୁ ମଧ୍ୟ ବିଜେଡି ପୋଷ୍ଟରକୁ ଚିରିବା ସହିତ ବିଜେଡି କର୍ମୀଙ୍କୁ ମାଡ ମାରିଥିବା ଥାନାରେ ଅଭିଯୋଗ ହୋଇଥିଲା । ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ କରୁନାହିଁ ବୋଲି ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଭଗବାନ ମହାନ୍ତି ପ୍ରକାଶ କରିଛନ୍ତି ।

Leave A Reply

Your email address will not be published.