ପୂର୍ବତନ ଶିକ୍ଷାମନ୍ତ୍ରୀ ରିପୁନାଥ ସେଠ୍‌ ଆଉ ନାହାନ୍ତି

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ପୂର୍ବତନ ଶିକ୍ଷାମନ୍ତ୍ରୀ ରିପୁନାଥ ସେଠ୍‌ଙ୍କ ଗତକାଲି ବିୟୋଗ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୪ ବର୍ଷ ହୋଇଥିଲା । ବରଗଡ଼ ଜିଲ୍ଲା ବରପାଲି ନିବାସୀ ସ୍ୱର୍ଗତ ସେଠ୍‌ କଂଗ୍ରେସରୁ ରାଜନୀତି ଜୀବନ ଆରମ୍ଭ କରିଥିଲେ ଏବଂ ୧୯୯୫ ବିଧାନସଭା ନିର୍ବାଚନରେ ବିଜେପୁର ଆସନରୁ ନିର୍ବାଚିତ ହେବା ସହିତ ତତ୍କାଳୀନ ରାଜ୍ୟ ମନ୍ତ୍ରୀମଣ୍ଡଳରେ ଶିକ୍ଷାମନ୍ତ୍ରୀ ଥିଲେ । ଗତ ୨୦୧୯ ସାଧାରଣ ନିର୍ବାଚନରେ ମଧ୍ୟ ସେ ବିଜେପୁର ବିଧାନସଭା ନିର୍ବାଚନ ମଣ୍ଡଳୀରେ କଂଗ୍ରେସ ପ୍ରାର୍ଥୀ ଥିଲେ । ଶନିବାର ସେ ଗୁରୁତର ଅସୁସ୍ଥ ହୋଇ ପଡିଥିଲେ । ପରେ ତାଙ୍କୁ ସ୍ଥାନୀୟ ଏକ ଘରୋଇ ଡ଼ାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା । ସେଠାରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କ ମୃତ୍ୟୁ ହୋଇଥିଲା । ତାଙ୍କ ଦେହାନ୍ତରେ ଜିଲ୍ଲାରେ ଶୋକର ଛାୟା ଖେଳିଯାଇଛି ।

Leave A Reply

Your email address will not be published.