ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟ ସେବା ଯୋଜନାରେ ମାର୍ଚ୍ଚ ୨୯ ଓ ୩୦ ତାରିଖରେ କଳାହାଣ୍ଡି ଜିଲ୍ଲାରେ ସ୍ୱତନ୍ତ୍ର ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ
ଭୁବନେଶ୍ୱର, (କେପିଏନ୍ଏସ୍) : ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟ ସେବା ଯୋଜନାରେ ମାର୍ଚ୍ଚ ୨୯ ଓ ୩୦ ତାରିଖରେ କଳାହାଣ୍ଡି ଜିଲ୍ଲାରେ ଅନୁଷ୍ଠିତ ହେଉଛି ସ୍ୱତନ୍ତ୍ର ସ୍ୱାସ୍ଥ୍ୟ ଶିବିର । ଏଥିରେ ୟୁରୋଲୋଜି, କାର୍ଡିଓଲୋଜି, ନ୍ୟୁରୋଲୋଜି, ନେଫ୍ରୋଲୋଜି ଇତ୍ୟାଦି ରୋଗର ବିଶେଷଜ୍ଞଙ୍କ ଦ୍ୱାରା ଚିକିତ୍ସା ସେବା ପ୍ରଦାନ କରାଯିବ । ଏହି ସ୍ବାସ୍ଥ୍ୟ ଶିବିରରେ ଯୋଗଦେବାକୁ ଅନୁରୋଧ କରାଯାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।