ସହକାରୀ ଶିକ୍ଷୟତ୍ରୀଙ୍କ ସେବା ନିବୃତ ସମ୍ବର୍ଦ୍ଧନା

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ସତ୍ୟପ୍ରିୟ ସଂଯୁକ୍ତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବରପଦାର ଶ୍ରୀମତୀ ନମିତା ଦେବୀ ସହକାରୀ ଶିକ୍ଷୟତ୍ରୀଙ୍କ ସେବା ନିବୃତ ସମ୍ବର୍ଦ୍ଧନା ସମାରୋହ ଗୁରୁବାର ଅନୁଷ୍ଟିତ ହୋଇଯାଇଛି । ଉକ୍ତ ସଭାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସଂଯୁକ୍ତା ବଳିୟାର ସିଂହ ସଭାପତିତ୍ୱ କରିଥିଲେ । ଶିକ୍ଷକ ଗୋପାଳ ମହାପାତ୍ର, ମଙ୍ଗୁଳି ସାର୍ ଓ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସହିତ ବିଦ୍ୟାଳୟ ପରିଚାଳନା କମିଟିର ଚେୟାରମ୍ୟାନ ଓ ସମସ୍ତ ସଭ୍ୟ ସଭ୍ୟା ଉପସ୍ଥିତ ଥିଲେ । ପୁରାତନ ଛାତ୍ର ଛାତ୍ରୀ ଓ ବିଦ୍ୟାଳୟରେ ପଢୁଥିବା ଛାତ୍ର ଛାତ୍ରୀ, ଉପସ୍ଥିତ ଅତିଥିମାନେ ଗୁରୁମାଙ୍କର ଗୁଣଗାନ କରିବା ସହିତ ଆଗାମୀ ଜୀବନ ସୁଖମୟ ହେବା ନିମନ୍ତେ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିଥିଲେ । ସର୍ବଶେଷରେ ଗୋପାଳ ସାର୍ ଧନ୍ୟବାଦ ଅର୍ପଣ କରିଥିଲେ । ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ ଡେଲାଙ୍ଗ ମଣ୍ଡଳ ତରଫରୁ ମାନପତ୍ର ଉପଢୌକନ ଓ ପୁଷ୍ପ ଗୁଛ ପ୍ରଦାନ କରାଯାଇଥିଲା । ଛାତ୍ର ଛାତ୍ରୀ ଓ ବିଦ୍ୟାଳୟ ତରଫରୁ ମାନପତ୍ର ଓ ଉପଢ଼ୌକନ ଇତ୍ୟାଦି ପ୍ରଦାନ କରାଯାଇଥିଲା ।

Leave A Reply

Your email address will not be published.