ସୁବର୍ଣ୍ଣପୁର ରିଜର୍ଭ ପୋଲିସ ପଡିଆଠାରେ ୮୭ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁରର ରିଜର୍ଭ ପୋଲିସ ପଡିଆଠାରେ ୮୭ତମ ପୋଲିସ ପ୍ରତିଷ୍ଠା ଦିବସ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା, ଜିଲ୍ଲାପାଳ ଅବୋଲି ସୁନିଲ ନରୱଣେ ଓ ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟ ନାରାୟଣ ଦାଶ ଅତିଥି ଭାବେ ଯୋଗଦେଇ ମିଳିତ ପ୍ୟାରେଡରେ ଅଭିବାଦନ ନେଇ ପୋଲିସର କର୍ତ୍ତବ୍ୟନିଷ୍ଠା ଓ ଦେଶସେବା ଉପରେ ଆଲୋକପାତ କରିଥିଲେ । ଏହି ଅବସରରେ ଜିଲ୍ଲାରେ କାର୍ଯ୍ୟରତ ପୋଲିସ ପକ୍ଷରୁ ଏକ ମାଗଣା ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା ।

Leave A Reply

Your email address will not be published.