ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୦୮ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୭ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୧୧ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ଅନୁଗୂଳରୁ ୧, ବାଲେଶ୍ୱରରୁ ୧, ବଲାଙ୍ଗିରରୁ ୨, କଟକରୁ ୨, ଗଞ୍ଜାମରୁ ୧, ଜଗତସିଂହପୁରରୁ ୧, କେନ୍ଦ୍ରାପଡାରୁ ୨, ଖୋର୍ଦ୍ଧାରୁ ୭, ମୟୂରଭଞ୍ଜରୁ ୩, ସମ୍ବଲପୁରରୁ ୪, ସୁନ୍ଦରଗଡରୁ ୨, ଷ୍ଟେଟପୁଲରୁ ୨ ଜଣ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.