ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୦୮ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୪ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୮ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ବାଲେଶ୍ୱରରୁ ୧, ଭଦ୍ରକରୁ ୧, ବଲାଙ୍ଗିରରୁ ୨, କଟକରୁ ୪, ଗଜପତିରୁ ୧, ଯାଜପୁରରୁ ୧, ଖୋର୍ଦ୍ଧାରୁ ୪, ନୂଆପଡାରୁ ୧, ସମ୍ବଲପୁରରୁ ୪, ସୋନପୁରରୁ ୧, ସୁନ୍ଦରଗଡରୁ ୧, ଷ୍ଟେଟ ପୁଲରୁ ୧ ଜଣ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.