ଭୁବନେଶ୍ୱର, (କେପିଏନ୍ଏସ୍) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୪୪ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୭ ଜଣ କ୍ୱାରେନ୍ଟାଇନ୍ରୁ ଏବଂ ୫ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ଭଦ୍ରକରୁ ୧, ବଲାଙ୍ଗିରରୁ ୫, କଟକରୁ ୧, ଖୋର୍ଦ୍ଧାରୁ ୧, ସମ୍ବଲପୁରରୁ ୪ ଜଣ ଚିହ୍ନଟ ହୋଇଛନ୍ତି ।