କୋଭିଡ-୧୯ର ନୂତନ ପ୍ରଜାତି ଏକ୍ସଇକୁ ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଡକ୍ଟର ମନସୁଖ ମାଣ୍ଡଭିୟଙ୍କ ଅଧ୍ୟକ୍ଷତାରେ ବିଶେଷଜ୍ଞ ଓ ପ୍ରମୁଖ ଅଧିକାରୀଙ୍କ ସହ ବୈଠକ
- ନୂତନ ପ୍ରଜାତି ଓ ମାମଲା ଗୁଡିକ ଉପରେ ତୀକ୍ଷ୍ଣ ନଜର ଓ ବର୍ତ୍ତମାନର ତଦାରଖ ପ୍ରକ୍ରିୟା ଜୋରଦାର କରିବାକୁ ନିର୍ଦ୍ଦେଶ
ନୂଆଦିଲ୍ଲୀ, (ପିଆଇବି) : କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡକ୍ଟର ମନସୁଖ ମାଣ୍ଡଭିୟ କୋଭିଡ-୧୯ର ନୂତନ ପ୍ରଜାତି ଏକ୍ସଇ ଉପରେ ବିଶେଷଜ୍ଞ ଓ ଅଧିକାରୀମାନଙ୍କ ସହ ଏକ ବୈଠକରେ ଅଧ୍ୟକ୍ଷତା କରିଛନ୍ତି । ଦେଶରେ କୋଭିଡ-୧୯ ମାମଲାଗୁଡିକର ସମୀକ୍ଷା କଲା ବେଳେ ସେ ଅଧିକାରୀମାନଙ୍କୁ ବର୍ତ୍ତମାନ ଚାଲିଥିବା ତଦାରଖ ଓ ନୂତନ ପ୍ରଜାତି ଓ ମାମଲାଗୁଡିକ ଉପରେ ତୀକ୍ଷ୍ଣ ନଜର ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି । ସ୍ୱାସ୍ଥ୍ୟ ଭିତ୍ତିଭୂମିର ସମୀକ୍ଷା କରି ଡକ୍ଟର ମାଣ୍ଡଭିୟ ଅଧିକାରୀମାନଙ୍କୁ କୋଭିଡ ଉପଚାର ନିମନ୍ତେ ଆବଶ୍ୟକ ଔଷଧପତ୍ରର ଉପଲବ୍ଧତା ଉପରେ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ ଦେଇଥିଲେ । ସେ ବର୍ତ୍ତମାନ ଚାଲିଥିବା ଟିକାକରଣ ଅଭିଯାନକୁ ସୁନିଶ୍ଚିତ କରିବା ଉପରେ ଗୁରୁତ୍ୱ ଆରୋପ କରିବା ସହ ପ୍ରତ୍ୟେକ ଯୋଗ୍ୟ ହିତାଧିକାରୀ ଟିକା ଦେବା ଉଚିତ ବୋଲି କହିଥିଲେ । ନୀତି ଆୟୋଗ ସଦସ୍ୟ (ସ୍ୱାସ୍ଥ୍ୟ) ଡକ୍ଟର ଭି କେ ପଲ, ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣ, ଏମ୍ସ ନିର୍ଦ୍ଦେଶକ ଡକ୍ଟର ରଣଦୀପ ଗୁଲେରିଆ, ଆଇସିଏମଆର ଡିଜି ଡକ୍ଟର ବଳରାମ ଭାର୍ଗବ, ଏନଟିଏଜିଆଇ ଡକ୍ଟର ଏନ କେ ଆରୋରା ଓ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନେ ବୈଠକରେ ଯୋଗ ଦେଇଥିଲେ ।