ଏପ୍ରିଲ ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଏପ୍ରିଲ ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଧାର୍ଯ୍ୟ କରାଯାଇଛି । ତଦନୁସାରେ ତା.୧୮.୦୪.୨୦୨୨ରିଖ ସୋମବାର ଦିନ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପାଟଣାଗଡ ଠାରେ ସକାଳ ୮ଟା ସମୟରେ ଏବଂ ତା.୨୫.୦୪.୨୦୨୨ରିଖ ସୋମବାର ଦିନ ଉପଜିଲ୍ଲାଳପାଳଙ୍କ କାର୍ଯ୍ୟାଳୟ ଟିଟିଲାଗଡ ଠାରେ ସକାଳ ୮ଟା ସମୟରେ ଯୁଗ୍ମଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଏହି ଯୁଗ୍ମଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ସଂପୃକ୍ତ ଅଂଚଳର ଜନ ସାଧାରଣ ସେମାନଙ୍କର ବ୍ୟକ୍ତିଗତ ତଥା ସାମୁହିକ ସମସ୍ୟାମାନ ଜଣାଇପାରିବେ । ଯୁଗ୍ମଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଓ ବ୍ଲକସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି ସଂପୃକ୍ତ ଅଂଚଳର ଜନ ସାଧାରଣଙ୍କ ବ୍ୟକ୍ତିଗତ ତଥା ସାମୁହିକ ଅଭିଯୋଗ ଗୁଡିକର ଶୁଣାଣୀ କରି ସମାଧାନ ନିମନ୍ତେ ବିହିତ ପଦକ୍ଷେପ ଗ୍ରହଣ କରିବେ । ସଂପୃକ୍ତ ଅଂଚଳର ଜନସାଧାରଣ ଏହି ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ନିଜ ନିଜର ଅଭିଯୋଗ ଜଣାଇବା ପାଇଁ ଜିଲ୍ଲାପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି ।

Leave A Reply

Your email address will not be published.

error: Content is protected !!