ପାଟଣାଗଡ଼ରେ ବିଜେଡି ପକ୍ଷରୁ ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୨୫ତମ ଶ୍ରାଦ୍ଧବାର୍ଷିକୀ ପାଳନ ଅବସରରେ ରକ୍ତଦାନ ଶିବିର ଅନୁଷ୍ଠିତ : ୫୩ ୟୁନିଟ ରକ୍ତ ସଂଗ୍ରହ

ପାଟଣାଗଡ଼, (ଗୋରେଖନାଥ ବରିହା) : ଆଜି ପ୍ରବାଦ ପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ ଅନୁଷ୍ଠିତ ହୋଇଯାଇଛି । ଏହି ଦିବସକୁ ପାଟଣାଗଡ଼ ବିଜୁଜନତା ଦଳ କାର୍ଯ୍ୟାଳୟ ପରିସରରେ ପ୍ରବାଦ ପୁରୁଷ ସ୍ଵର୍ଗତ ବିଜୁ ପଟ୍ଟନାୟକଙ୍କ ୨୫ତମ ଶ୍ରାଦ୍ଧବାର୍ଷିକୀ ଅବସରରେ ଓଡ଼ିଶା ମୋ ପରିବାର ଆନୁକୂଲ୍ୟରେ ପାଟଣାଗଡ଼ ବିଜୁ ଜନତା ଦଳ ପକ୍ଷରୁ ନିରାଡ଼ମ୍ବର ଭାବେ ପାଳନ କରାଯିବା ସହ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ପାଟଣାଗଡ଼ ଲୋକ ପ୍ରିୟ ବିଧାୟକ ସରୋଜ କୁମାର ମେହେର ଯୋଗଦେଇ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଫଟୋ ଚିତ୍ରରେ ଦୀପ ପ୍ରଜ୍ବଳନ ସହ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ କାର୍ଯ୍ୟକ୍ରମ ଉଦ୍‌ଘାଟନ କରିଥିଲେ । ପ୍ରବାଦ ପୁରୁଷ ବିଜୁ ବାବୁ ଦେଖି ଥିବା ସ୍ୱପ୍ନକୁ ସାକାରକୁ ହେଲେ ଓଡ଼ିଶା ମୋ ପରିବାର ଭଳି ସମସ୍ତେ ହୃଦୟଙ୍ଗମ କରି ପରସ୍ପର ମିଳିମିଶି କାମ କରିବା ସହ ସ୍ୱେଛାକୃତ ଭାବେ ରକ୍ତଦାନ କରିଥିବା ରକ୍ତଦାତାମାନଙ୍କୁ ଉତ୍ସାହିତ କରିଥିଲେ । ରକ୍ତଦାନ ମହାପୂଣ୍ୟ ରକ୍ତଦାନ ଦେଇ ଜୀବନ ବଞ୍ଚାଇ ପାରିଲେ ନିଜ ଜୀବନ ଧନ୍ୟ ଓ ମାନବ ଜନ୍ମ ହେବାର ସାର୍ଥକ ବୋଲି କହିଥିଲେ । ପରେ ଶ୍ରୀ ବିଧାୟକ ମେହେରଙ୍କ ନେତୃତ୍ବରେ ଅନୁଷ୍ଠିତ ରକ୍ତଦାନ ଶିବିର ୫୩ ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା । ଆୟୋଜିତ କାର୍ଯ୍ୟକ୍ରମରେ ପାଟଣାଗଡ଼ ଏନ୍ଏସି ଅଧ୍ୟକ୍ଷା ମାନସୀ ବିଶ୍ଵାଳ, ପାଟଣାଗଡ଼ ବ୍ଳକ ଅଧ୍ୟକ୍ଷ ନୀଳକାନ୍ତ ବାଗ ଓ ଜିଲ୍ଲା ପରିଷଦ ସଭ୍ୟଙ୍କ ସମେତ ବିଭିନ୍ନ ପଞ୍ଚାୟତର ସରପଞ୍ଚ ଓ ସମିତି ସଭ୍ୟ ଯୋଗ ଦେଇଥିଲେ । ବିଜୁଜନତାର ବହୁ ନେତା ଓ କର୍ମୀ ମଧ୍ୟ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.

error: Content is protected !!