ତିନି ଦିନିଆ ପାରମ୍ପରିକ ବିହନ ଓ ଖାଦ୍ୟ ମେଳା ଉଦ୍‌ଘାଟିତ : ଓଡିଶା ସହିତ ଅନ୍ୟ ତିନି ରାଜ୍ୟର ଚାଷୀ ସାମିଲ

କଳାହାଣ୍ଡି, (ନରୋତ୍ତମ ସେଲମା) : କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଗଜବାହଲ ପଞ୍ଚାୟତ କଂସିଲଠାରେ ଇଣ୍ଡୋ ଗ୍ଲୋବାଲ ସୋସିଆଲ ସର୍ଭିସ ଷୋସାଇଟି ପକ୍ଷରୁ ସୋମବାର ଠାରୁ ତିନିଦିନିଆ ପାରମ୍ପରିକ ବିହନ ଓ ଖାଦ୍ୟ ମେଳା ଅନୁଷ୍ଠିତ ହୋଇଯାଇଛି । ମେଳାରେ ମୁଖ୍ୟ ଅତିଥି ଭାବେ କଳାହାଣ୍ଡି ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂଦେଓ, କର୍ଲାମୁଣ୍ଡା ବ୍ଲକ ଅଧକ୍ଷ୍ୟା କୁନି ସାହୁ, କର୍ଲାମୁଣ୍ଡା କ ଜୋନ୍ ଜିଲ୍ଲା ପରିଷଦ ସଭ୍ୟ ମହେନ୍ଦ୍ର ରଣା, ତହସିଲଦାର ବାସନ୍ତୀ ସେଠୀ, ଆୟୋଜକ ଏନ୍‌ଜିଓର ରାଜ୍ୟ ସଂଯୋଜକ ବସନ୍ତ କୁମାର ପାଣିଗ୍ରାହୀ, ଅମର କୁମାର ଗଉଡ଼, ବରିଷ୍ଠ ସାମ୍ବାଦିକ କମ୍ବୁପାଣି ମିଶ୍ର ପ୍ରମୁଖ ଯୋଗ ଦେଇ ଉଦଘାଟନ କରିଥିଲେ । ଏହି ଅବସରରେ ଅତିଥି ମାନେ ପାରମ୍ପରିକ ବିହନ ଓ ଖାଦ୍ୟର ସୁରକ୍ଷାର ଗୁରୁତ୍ୱ ଉପରେ ଆଲୋଚନା କରିଥିଲେ । ଏଥିରେ ଉତ୍ତର ପ୍ରଦେଶ, ମହାରାଷ୍ଟ୍ର, ମଧ୍ୟପ୍ରଦେଶ ଓଡ଼ିଶାର ବରଗଡ଼, କୋରାପୁଟ, କନ୍ଧମାଳ, ବଲାଙ୍ଗିର ଓ କଳାହାଣ୍ଡି ଜିଲ୍ଲାର ବିଭିନ୍ନ ଅଞ୍ଚଳକୁ ଚାଷୀମାନେ ପ୍ରଥମ ଦିବସରେ ଯୋଗଦେଇ ଅନେକ କିସମର ଦେଶୀ ବିହନ ସହିତ ମେଳାରେ ଅଂଶ ଗ୍ରହଣ କରିଥିଲେ ।

Leave A Reply

Your email address will not be published.

error: Content is protected !!