କେନ୍ଦୁପତ୍ରର ସଂଗ୍ରହର ମୂଲ୍ୟ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ଗ୍ରହଣ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟର ଲକ୍ଷ ଲକ୍ଷ କେନ୍ଦୁପତ୍ର ତୋଳାଳୀଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କେନ୍ଦୁପତ୍ରର ସଂଗ୍ରହ ମୂଲ୍ୟ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏହି ନିଷ୍ପତ୍ତି ଅନୁଯାୟୀ ୨୦୨୨ ଫସଲ ବର୍ଷ ପାଇଁ ଉଭୟ ପ୍ରୋସେସ ଅଞ୍ଚଳ ଓ ଫାଲ ଅଂଚଳରେ କେନ୍ଦୁପତ୍ର ସଂଗ୍ରହ ମୂଲ୍ୟରେ ବୃଦ୍ଧି କରାଯାଇଛି । ଏହାଦ୍ଵାରା ରାଜ୍ୟରେ ୭.୫୦ ଲକ୍ଷ ଗରୀବ କେନ୍ଦୁପତ୍ର ତୋଳାଳୀ ୨୪୦ କୋଟି ଟଙ୍କାର ଅଧିକ ରୋଜଗାର ପାଇପାରିବେ । ଏମାନଙ୍କ ମଧ୍ୟରୁ ଅଧିକାଂଶ ହେଉଛନ୍ତି ଜନଜାତି ମହିଳା । ଏହାସହିତ ରାଜ୍ୟ ସରକାରଙ୍କ ପକ୍ଷରୁ ବୋନସ ଓ ବିଭିନ୍ନ ଭତ୍ତା ବାବଦରେ ମଧ୍ୟ୍ୟ ୧୨୦ କୋଟି ଟଙ୍କା ମଂଜୁର କରାଯାଇଛି । ଏହାଦ୍ଵାରା ୮ ଲକ୍ଷ କେନ୍ଦୁପତ୍ର ତୋଳାଳୀ, ବନ୍ଧାଳୀ ଓ ଅନ୍ୟାନ୍ୟ କର୍ମଚାରୀ ଉପକୃତ ହେବେ । ସୂଚନାଯୋଗ୍ୟ ଯେ, ରାଜ୍ୟ ସରକାର କେନ୍ଦୁପତ୍ର ବ୍ୟବସାୟର ସମସ୍ତ ଲାଭକୁ କେନ୍ଦୁପତ୍ର ତୋଳାଳୀ, ବନ୍ଧାଳୀ ଓ ଅନ୍ୟାନ୍ୟ କର୍ମଚାରୀମାନଙ୍କ କଲ୍ୟାଣ ପାଇଁ ବିନିଯୋଗ କରୁଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.

error: Content is protected !!