ବ୍ଲକସ୍ତରୀୟ ଗଣିତ ମେଳା ଓ ଗଳ୍ପ କଥନ କାର୍ଯ୍ୟକ୍ରମ

ବଙ୍ଗୋମୁଣ୍ଡା, (ମନିଷ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସଦରଠାରେ ଥିବା ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବ୍ଲକସ୍ତରୀୟ ଗଣିତ ମେଳା ଓ ଗଳ୍ପ କଥନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ମା’ ବୀଣାପାଣିଙ୍କ ଫଟୋଚିତ୍ରରେ ପୂଜାର୍ଚ୍ଚନା କରାଯିବା ପରେ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ବଙ୍ଗୋମୁଣ୍ଡା ବ୍ଲକ ଶିକ୍ଷାଧିକାରୀ ବୈକୁଣ୍ଠ ନାଥ ଶବର ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଗଣିତ ବିଷୟ ଓ ଗଳ୍ପ କଥନର ଉନ୍ନତି ସକାଶେ ଛାତ୍ରଛାତ୍ରୀମାନଙ୍କୁ ଦିଗଦର୍ଶନ ଦେଇଥିଲେ । ଏଥିରେ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ଅଂଶଗ୍ରହଣ କରିଥିଲେ । କୃତି ଛାତ୍ରଛାତ୍ରୀମାନଙ୍କୁ ମାନପତ୍ର ସହ ଉପଢୌକନ ଦେଇ ପୁରସ୍କୃତ କରାଯାଇଥିଲା । ବଙ୍ଗୋମୁଣ୍ଡା ସିଆର୍‌ସିସି ଜିତାମିତ୍ର ବିଶି ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ସିଆର୍‌ସିସି ହରପ୍ରସାଦ ମାଝୀ, ଭଜମନ ବିଶ୍ୱାଲ, ନଳ ଭୋଇ, ରଘୁମଣୀ ତାଣ୍ଡି, ରାଜକୁମାର ମହରା, ରମାକାନ୍ତ ଛୁରା, ଭାଷ୍କର ଜାଲ, ତୁଲସୀ ସୁନା ପ୍ରମୁଖ କାର୍ଯ୍ୟକ୍ରମରେ ସହଯୋଗ କରିଥିବା ବେଳେ ଗାଉଡ ଶିକ୍ଷକ, ଶିକ୍ଷୟତ୍ରୀ ଓ ଅଭିଭାବକ/ଅଭିଭାବିକାମାନେ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.