ଓଲଟିଲା ତୀର୍ଥଯାତ୍ରୀ ବସ୍ : ୨୫ ଆହତ

ଖଲ୍ଲିକୋଟ : ଗଞ୍ଜାମ ଜିଲ୍ଲା ରମ୍ଭା ଥାନା ଅନ୍ତର୍ଗତ ଜାତୀୟ ରାଜପଥ ନିକଟରେ ଭାରସାମ୍ୟ ହରାଇ ତୀର୍ଥଯାତ୍ରୀ ବସ୍ ଓଲଟି ପଡିଥିବା ଖବର ମିଳିଛି । ଏହି ଦୁର୍ଘଟଣାରେ ୨୫ ଜଣ ଯାତ୍ରୀ ଆହତ ହୋଇଥିବା ଜଣାପଡିଛି । ସୂଚନାନୁଯାୟୀ, ଶନିବାର ବିଳମ୍ବିତ ରାତିରେ ଏକ ତୀର୍ଥଯାତ୍ରୀ ବସ୍ ପୁରୀରୁ ତାମିଲନାଡ଼ୁ ଫେରୁଥିବା ବେଳେ ରମ୍ଭା ଥାନା ଅନ୍ତର୍ଗତ ଜାତୀୟ ରାଜପଥ ନିକଟରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି । ତେବେ ବସ୍‌ରେ ୫୦ରୁ ଉର୍ଦ୍ଧ୍ଵ ଯାତ୍ରୀ ଥିଲେ । ସେମାନଙ୍କ ମଧ୍ୟରୁ ୨୫ ଜଣ ଯାତ୍ରୀ ଆହତ ହୋଇଛନ୍ତି । ଖବର ପାଇ ପୋଲିସ ଓ ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ୟ୍ୟ କରିଥିଲେ । ଦୁର୍ଘଟଣାରେ ଆହତ ଯାତ୍ରୀଙ୍କୁ ଛତ୍ରପୁର ମେଡିକାଲରେ ଭର୍ତ୍ତି କରାଯାଇଥିବା ଜଣାପଡିଛି । ।

Leave A Reply

Your email address will not be published.