ବିଶିଷ୍ଟ ସାହିତ୍ୟିକା ପଦ୍ମଶ୍ରୀ ବୀଣାପାଣି ମହାନ୍ତିଙ୍କ ଦେହାନ୍ତ

କଟକ : ବିଶିଷ୍ଟ ସାହିତ୍ୟିକା ପଦ୍ମଶ୍ରୀ ବୀଣାପାଣି ମହାନ୍ତିଙ୍କ ୮୫ବର୍ଷ ବୟସରେ ଦେହାନ୍ତ ହୋଇଯାଇଥିବା ଜଣାପଡିଛି । କଟକସ୍ଥିତ ବାସ ଭବନରେ ଗତକାଲି ସନ୍ଧ୍ୟାରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ସେଥିରୁ ଅବସର ନେଇଥିଲେ । ୨୦୨୦ରେ ତାଙ୍କର ସାହିତ୍ୟିକ କୃତି ନିମନ୍ତେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଲାଭ କରିଥିଲେ । ପୂର୍ବରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ ମଧ୍ୟ କାର୍ଯ୍ୟ କରିଛନ୍ତି ।

Leave A Reply

Your email address will not be published.