ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

  • ବିଭିନ୍ନ ୧୧୭ ଅଭିଯୋଗ ଦରଖାସ୍ତ ଗ୍ରହଣ
  • ତୁରନ୍ତ ସମାଧାନ ହେଲା ୬୯ ଅଭିଯୋଗ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡୁଙ୍ଗୁରିପାଲି ବ୍ଲକ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲପାଳ(ରାଜସ୍ୱ) ସୂର୍ଯ୍ୟନାରାୟଣ ଦାଶ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ହେମନ୍ତ କୁମାର ପାଢ଼ୀ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୧୧୭ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୧୦୬ ଗୋଟି, ସାମୁହିକ ଦରଖାସ୍ତ ୦୯ ଗୋଟି ରହିଥିବା ବେଳେ ୦୨ଟି ଦରଖାସ୍ତ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡରୁ ସାହାଯ୍ୟ ନିମନ୍ତେ ଗ୍ରହଣ କରାଯାଇଛି । ଗ୍ରହଣ କରାଯାଇଥିବା ୧୧୭ ଦରଖାସ୍ତ ମଧ୍ୟରୁ ଶିବିରରେ ବିଭିନ୍ନ ମାମଲାର ୬୯ ଗୋଟି ଅଭିଯୋଗ ଦରଖାସ୍ତର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୪୮ଟି ଅଭିଯୋଗ ଦରଖାସ୍ତକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗ ଗୁଡିକୁ ବିଭାଗୀୟ ଅଧିକାରୀଙ୍କ ଦ୍ୱାରା ତୁରନ୍ତ ସମାଧାନ ନିମନ୍ତେ ପ୍ରେରଣ କରାଯାଇଛି । ବିଡିଓ, ତ୍ରିପୁର ମହାନନ୍ଦିଆଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ପିଡି.ଡି.ଆର.ଡି.ଏ ଡୋଳାମଣି ପଟେଲ, ଉପ ଜିଲ୍ଲାପାଳ, ସୋନପୁର ନିହାର ରଞ୍ଜନ କଁହର, ଜିଲ୍ଲାସ୍ତରୀୟ ଅଧିକାରୀ, ତହସିଲଦାର, ବ୍ଲକସ୍ତରୀୟ କର୍ମଚାରୀ ପ୍ରମୁଖ ଯୋଗଦାନ କରିଥିଲେ ।

Leave A Reply

Your email address will not be published.