ଚିଲିକା କୂଳରୁ ଯୁବକଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ଚିଲିକା କୂଳରୁ ଜଣେ ଯୁବକଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର ହୋଇଥିବା ଜଣାପଡିଛି । ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକର ସାହାବାଜ ପୁର ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି । ମୃତକ ଜଣକ ମଲେଶ୍ଵରୀ ଗାଁର ରାମ ଦୋରା ବୋଲି ଜଣାପଡିଛି । ତେବେ ଏହି ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ କୃଷ୍ଣପ୍ରସାଦ ପୋଲିସ ପହଞ୍ଚି ଛାନଭିନ ଆରମ୍ଭ କରିଛି । ରାମଦୋରାଙ୍କୁ କିଏ ଏବଂ କାହିଁକି ହତ୍ୟାକଲା ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ ।

Leave A Reply

Your email address will not be published.