ଶିଶୁ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ : ୮୦ ଜଣଙ୍କୁ କୃତ୍ରିମ ଅଙ୍ଗ ପ୍ରତ୍ୟଙ୍ଗ ପ୍ରଦାନ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ମୁଖ୍ୟ ଚିକିତ୍ସାଳୟରେ ଥିବା ଡିଇଆଇସି କେନ୍ଦ୍ରଠାରେ ଆଜି ୮୦ ଜଣ ଶିଶୁଙ୍କୁ ମାଗଣା ବିଭିନ୍ନ ପ୍ରକାରର ଅଙ୍ଗ ପ୍ରତ୍ୟଙ୍ଗ ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବରଗଡ଼ ଅତିରିକ୍ତ ଜିଲ୍ଲାପାଳ ମିର୍ଦ୍ଧା ଟପ୍ପୋ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ସାଧୁ ଚରଣ ଦାସ, ମେଡିକାଲ ଅଫିସର ଡାକ୍ତର ମନୋଜ କୁମାର ଅଦାବର ଉପସ୍ଥିତ ଥିଲେ । ସରକାରଙ୍କ ରାଷ୍ଟ୍ରୀୟ ଶିଶୁ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ ଆନୁକୂଲ୍ୟରେ ଆୟୋଜିତ କାର୍ଯ୍ୟକ୍ରମରେ ଜନ୍ମଗତ ତ୍ରୁଟି ଥିବା ଶିଶୁମାନଙ୍କୁ ଚିକିତ୍ସା ସେବା ଯୋଗାଇ ଦେବା ସହ ମାଗଣା ଅସ୍ତ୍ରୋପଚାର ବ୍ୟବସ୍ଥା ମଧ୍ୟ କରାଯାଉଛି । ଜାତୀୟ ସ୍ବାସ୍ଥ୍ୟ ମିଶନର ପରିଚାଳକ ରାଜ କୁମାର ଗୁପ୍ତା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

Leave A Reply

Your email address will not be published.