ପବିତ୍ର ଅକ୍ଷୟ ତୃତୀୟା ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା ବାର୍ତ୍ତା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପବିତ୍ର ଅକ୍ଷୟ ତୃତୀୟା ଅବସରରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଶୁଭେଚ୍ଛା ବାର୍ତ୍ତା ପ୍ରଦାନ କରିଛନ୍ତି । ସେ କହିଛନ୍ତି ଯେ, ପବିତ୍ର ଅକ୍ଷୟ ତୃତୀୟା ତଥା କୃଷକ ଦିବସ ଅବସରରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦରୁ ଚାଷୀମାନଙ୍କ ଅଖିମୁଠି ଅନୁକୂଳ ଶୁଭଙ୍କର ହେଉ । ଏହି ଅବସରରେ ଚାଷୀ ଭାଇଭଉଣୀଙ୍କ ସୁଖ ଓ ସମୃଦ୍ଧିମୟ ଜୀବନ କାମନା କରୁଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.