jsm

ଜିଲ୍ଲା ପରିଷଦର ପ୍ରଥମ ବୈଠକ

csstore

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲା ପରିଷଦର ପ୍ରଥମ ବୈଠକ ଗତକାଲି ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା । ପରିଷଦର ଅଧକ୍ଷା ମାମିନୀ ଭୋଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜିଲ୍ଲାପାଳ ମୋନୀଷା ବାନାର୍ଜୀ ସ୍ବାଗତ ଭାଷଣ ଦେଇ ଜିଲ୍ଲାର ଉନ୍ନତି ପାଇଁ ସମସ୍ତଙ୍କର ସହଯୋଗ କାମନା କରିଥିଲେ । ସେହିପରି ବୈଠକରେ ପରିଷଦ ପରିଚାଳନା ପାଇଁ ସ୍ଥାୟୀ ସାତୋଟି କମିଟି ଗଠନ ପ୍ରସ୍ତାବ ଆଗତ ହୋଇ ସର୍ବ ସମ୍ମତି କ୍ରମେ ଗୃହିତ ହୋଇଥିଲା । ସଭାରେ ଅନ୍ୟମାନଙ୍କ ମଧ୍ୟରେ ଉପାଧ୍ୟକ୍ଷ ମୋହନ ଲୁହା, ଅତାବିରା ବିଧାୟିକା ସ୍ନେହାଙ୍ଗିନୀ ଛୁରିଆ, ବିଜେପୁର ବିଧାୟିକା ରୀତା ସାହୁ, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ତଥା ପରିଷଦ ନିର୍ବାହୀ ଅଧିକାରୀ କୃତିବାସ ରାଉତ, ସାଂସଦ ପ୍ରତିନିଧି ସୁରେଶ୍ଵର ଶତପଥୀ, ବିଧାୟକ ପ୍ରତିନିଧି ପ୍ରଫୁଲ୍ଲ କୁମାର ନାୟକ, ପୈାର ପରିଷଦ ଅଧ୍ୟକ୍ଷା କଳ୍ପନା ମାଝୀ, ବିଜେପୁର ବିଜ୍ଞାପିତ ଅଞ୍ଚଳ ପରିଷଦର ଅଧ୍ୟକ୍ଷା ସୀତା ବାରିକ ଓ ପରିଷଦର ସମସ୍ତ ସଭ୍ୟ ସଭ୍ୟା ଏବଂ ଜିଲ୍ଲା ସ୍ତରୀୟ ସମସ୍ତ ଅଧିକାରୀ ଯୋଗ ଦେଇ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ । ଶେଷରେ ପ୍ରକଳ୍ପ ନିର୍ଦ୍ଦେଶକ କୃତିବାସ ରାଉତ ଧନ୍ୟବାଦ ଅର୍ପଣ କରିଥିଲେ ।

yuvodaya
Leave A Reply

Your email address will not be published.