ଦୁର୍ଘଟଣାରେ ଡାକ୍ତରୀ ଛାତ୍ରଙ୍କ ମୃତ୍ୟୁ

ବୁର୍ଲା, (କେପିଏନ୍‌ଏସ୍‌) : ବଲାଙ୍ଗିର ଭୀମଭୋଇ ମେଡିକାଲ୍‌ କଲେଜର ଛାତ୍ର ତଥା ସୁବର୍ଣ୍ଣପୁର ଜିଲ୍ଲା ତରଭା ନିକଟ ଚାରଭଟାର ସୁବଳ ସିଂହ କୁଅଁରଙ୍କ ପୁଅ ରୁଦ୍ରପ୍ରତାପ ସିଂହ କୁଅଁରଙ୍କର ଦୁର୍ଘଟଣାରେ ମୃତ୍ୟୁ ହୋଇଛି । ରବିବାର ବଲାଙ୍ଗିର ସହର ନିକଟରେ ଏକ ଦୁର୍ଘଟଣାରେ ସେ ଗୁରୁତର ହୋଇଥିଲେ । ତାଙ୍କୁ ବୁର୍ଲା ବଡ ଡାକ୍ତରଖାନା ଅଣା ଯାଇଥିଲା । ରବିବାର ବିଳମ୍ବିତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା । ଗତକାଲି ଶବ ବ୍ୟବଚ୍ଛେଦ ପରେ ମୃତ ଦେହ ପରିବାରକୁ ହସ୍ତାନ୍ତର କରାଯାଇଛି । ଏନେଇ ବୁର୍ଲା ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି ।

Leave A Reply

Your email address will not be published.