ସିର୍ମାଉର ଦୁର୍ଘଟଣାରେ ମୃତକଙ୍କ ଲାଗି ପ୍ରଧାନମନ୍ତ୍ରୀଙ୍କ ଶୋକ : ଅନୁକମ୍ପା ରାଶି ଘୋଷଣା

ନୂଆଦିଲ୍ଲୀ, (ପିଆଇବି) : ହିମାଚଳ ପ୍ରଦେଶର ସିର୍ମାଉର ଦୁର୍ଘଟଣାରେ ମୃତକଙ୍କ ଲାଗି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠିରୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ । ସେହିଭଳି ଗୁରୁତର ଭାବେ ଆହତ ପ୍ରତ୍ୟେକ ବ୍ୟକ୍ତିଙ୍କୁ ୫୦ ହଜାର ଟଙ୍କା ପ୍ରଦାନ କରାଯିବା ନେଇ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି । ଟ୍ଵିଟ୍‌ରେ କୁହାଯାଇଛି :“ହିମାଚଳ ପ୍ରଦେଶର ସିର୍ମାଉର ଦୁର୍ଘଟଣା ଜନିତ ମୃତକଙ୍କ ପାଇଁ ମୁଁ ମର୍ମାହତ । ଶୋକ ସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା ଏବଂ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି । ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠିରୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ । ସେହିଭଳି ଗୁରୁତର ଭାବେ ଆହତ ପ୍ରତ୍ୟେକ ବ୍ୟକ୍ତିଙ୍କୁ ମଧ୍ୟ ୫୦ ହଜାର ଟଙ୍କା ପ୍ରଦାନ କରାଯିବ : ପ୍ରଧାନମନ୍ତ୍ରୀ ମୋଦୀ” ।

Leave A Reply

Your email address will not be published.