pakka

ଲୋକପ୍ରିୟ ଧାରାବାହିକ ରାମାୟଣରେ ରାବଣ ଭୂମିକାରେ ଅଭିନୟ କରିଥିବା ଅଭିନେତା ଅରବିନ୍ଦ ତ୍ରିବେଦୀଙ୍କ ପରଲୋକ

kalikesh

ନୂଆଦିଲ୍ଲୀ : ଲୋକପ୍ରିୟ ଧାରାବାହିକ ରାମାୟଣରେ ରାବଣ ଭୂମିକାରେ ଅଭିନୟ କରିଥିବା ଅଭିନେତା ଅରବିନ୍ଦ ତ୍ରିବେଦୀଙ୍କର ୮୨ ବର୍ଷ ବୟସରେ ପରଲୋକ ହୋଇଯାଇଛି । ଦୀର୍ଘ ଦିନ ଧରି ସେ ରୋଗାଗ୍ରସ୍ତ ଥିବା ବେଳେ ଗତକାଲି ରାତିରେ ହୃଦ୍‌ଘାତରେ ତାଙ୍କ ମୃତ୍ୟୁ ହୋଇଛି । ଆଜି ସକାଳେ ମୁମ୍ବାଇର ଦହାନୁକରୱାଡି ଶ୍ମଶାନ ଘାଟରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ତାଙ୍କ ପୁତୁରା କୌସ୍ତୁଭ ତ୍ରିବେଦୀଙ୍କଠାରୁ ସୂଚନା ମିଳିଛି । ଅରବିନ୍ଦ ତ୍ରିବେଦୀ ରାମାନନ୍ଦ ସାଗରଙ୍କ ରାମାୟଣରେ ରାବଣ ଭୂମିକାରେ ଅଭିନୟ କରୁଥିଲେ । ତାଙ୍କ ଉଚ୍ଚକୋଟୀର ଅଭିନୟ ଯୋଗୁଁ ସେ ଦର୍ଶକମାନଙ୍କ ମହଲରେ ବେଶ୍‌ ପ୍ରଶଂସିତ ହୋଇଥିଲେ । ସେ ଟିଭି ଧାରାବାହିକ ବିକ୍ରମ ବେତାଳରେ ମଧ୍ୟ ଅଭିନୟ କରିଥିଲେ । ଲୋକପ୍ରିୟ ଅଭିନେତା ଅରବିନ୍ଦ ତ୍ରିବେଦୀ ମଧ୍ୟପ୍ରଦେଶର ଉଜ୍ଜୟିନୀ ସହରରେ ଜନ୍ମଗ୍ରହଣ କରିଥିଲେ । ଗୁଜୁରାଟର ରଙ୍ଗମଞ୍ଚରୁ ସେ ଅଭିନୟ କରିବା ଆରମ୍ଭ କରିଥିଲେ । ପରବର୍ତ୍ତୀ ସମୟରେ ସେ ତାଙ୍କର ଅଭିନୟ କଳାରେ ଦର୍ଶକଙ୍କୁ ହୃଦୟକୁ ଛୁଇଁ ପାରିଥିଲେ । ସେ ପ୍ରାୟ ୩୦୦ ହିନ୍ଦୀ ଏବଂ ଗୁଜୁରାଟୀ ଫିଲ୍ମରେ କାମ କରିଛନ୍ତି । ୨୦୦୨ରେ ସେ ସେଣ୍ଟ୍ରାଲ ବୋର୍ଡ ଫର ଫିଲ୍ମ ସାର୍ଟିଫିକେଶନର ଆକ୍ଟିଂ ଚେୟାରମ୍ୟାନ ହୋଇଥିଲେ । ୧୯୯୧ରେ ସେ ଭାରତୀୟ ଜନତା ପାର୍ଟିର ଟିକେଟ୍‌ରେ ସାଂସଦ ମଧ୍ୟ ହୋଇଥିଲେ ଅରବିନ୍ଦ ତ୍ରିବେଦୀ । ତାଙ୍କ ଭାଇ ଉପେନ୍ଦ୍ର ତ୍ରିବେଦୀ ମଧ୍ୟ ଗୁଜୁରାଟୀ ସିନେମା ଜଗତର ଜଣେ ଚର୍ଚ୍ଚିତ ଅଭିନେତା ।

pp
Leave A Reply

Your email address will not be published.

one × five =