om academy

ନୂଆଦିଲ୍ଲୀ ଠାରେ କେନ୍ଦ୍ରମନ୍ତ୍ରୀ ଏବଂ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ରାଷ୍ଟ୍ର ମନ୍ତ୍ରୀଙ୍କ ମଧ୍ୟରେ ବୈଠକ

jsm
  • ୬୫୦ କୋଟି ବ୍ୟୟରେ ନାଇଜର ଭୁବନେଶ୍ୱର ଠାରେ
    ଅତ୍ୟାଧୁନିକ କ୍ୟାନସର ହସ୍ପିଟାଲ ପ୍ରତିଷ୍ଠା ହେବ- ଧର୍ମେନ୍ଦ୍ର ପ୍ରଧାନ
    • ହସ୍ପିଟାଲ ନିର୍ମାଣ ଭାରତ ସରକାର ୪୦୦ କୋଟି ଏବଂ ଟାଟା ଟ୍ରଷ୍ଟ ୨୫୦ କୋଟି ଦେବ
    • ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ରାଷ୍ଟ୍ର ମନ୍ତ୍ରୀ ଡା. ଜିତେନ୍ଦ୍ର ସିଂହଙ୍କୁ ଧନ୍ୟବାଦ
    • ଆଗାମୀ ୩ ବର୍ଷ ମଧ୍ୟରେ ହସ୍ପିଟାଲ ନିର୍ମାଣ କାର୍ୟ୍ୟକୁ ଶେଷ କରିବାର ଲକ୍ଷ୍ୟ
    • ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରଣାଳୟ ଅତିରିକ୍ତ ୧୦ ଏକର ପରିମିତ ଜମି ଯୋଗାଇବ
    • କ୍ୟାମ୍ପସରେ ମେଡ଼ିକାଲ କର୍ମଚାରୀଙ୍କ ଦକ୍ଷତା ବୃଦ୍ଧି ପାଇଁ ‘ଦକ୍ଷତା ପ୍ରଶିକ୍ଷଣ କେନ୍ଦ୍ର’ ଖୋଲାଯିବ
    • ବୈଠକରେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ, ଟଟା ମେମୋରିଆଲ ସେଣ୍ଟରର ଅଧିକାରୀ, ଶିକ୍ଷା ଏବଂ ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟ ଏବଂ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ ଓ ଆଟୋମିକ ଏନର୍ଜି ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ

ଭୁବନେଶ୍ୱର, (ପିଆଇବି) : ଭୁବନେଶ୍ୱର ନାଇଜର କ୍ୟାମ୍ପସ ଠାରେ ଭାରତ ସରକାରଙ୍କ ଆଟୋମିକ୍ ଏନର୍ଜି ଡିପାର୍ଟମେଣ୍ଟ ଓ ଟାଟା ଟ୍ରଷ୍ଟ ସହଯୋଗରେ ୬୫୦ କୋଟି ଟଙ୍କା ବ୍ୟୟରେ ଏକ ଅତ୍ୟାଧୁନିକ କ୍ୟାନସର ହସ୍ପିଟାଲ ନିର୍ମାଣ କରାଯିବା ନେଇ ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ମଙ୍ଗଳାର ନୂଆଦିଲ୍ଲୀ ଠାରେ ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ରାଷ୍ଟ୍ର ମନ୍ତ୍ରୀ ଡା. ଜିତେନ୍ଦ୍ର ସିଂହଙ୍କ ସହ ଆୟୋଜିତ ଏ ସମ୍ପର୍କିତ ଏକ ବୈଠକରେ ଆଲୋଚନା ହୋଇଥିବା ଶ୍ରୀ ପ୍ରଧାନ କହିଛନ୍ତି । ଏହି ଅତ୍ୟାଧୁନିକ କ୍ୟାନସର ହସ୍ପିଟାଲ ନିର୍ମାଣରେ ଭାରତ ସରକାର ୪୦୦ କୋଟି ଏବଂ ଟାଟା ଟ୍ରଷ୍ଟ ୨୫୦ କୋଟି ଟଙ୍କା ଖର୍ଚ୍ଚ କରିବେ । ଏଥିପାଇଁ ନାଇଜର ୧୭ ଏକର ପରିମିତ ଜମି ପ୍ରଦାନ କରି ସାରିଥିବା ବେଳେ ଅତିରିକ୍ତ ୧୦ ଏକର ପରିମିତ ଜମି ଭାରତ ସରକାରଙ୍କ ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟ ଯୋଗାଇ ଦେବ ।

ଏହି କ୍ୟାନସର ହସ୍ପିଟାଲକୁ ଟାଟା ଟ୍ରଷ୍ଟ ନିର୍ମାଣ କରିବା ପରେ ଭାରତ ସରକାରଙ୍କୁ ହସ୍ତାନ୍ତର କରିବେ । ହସ୍ପିଟାଲ ନିର୍ମାଣ ସହ କ୍ୟାମ୍ପସ ପରିସରରେ କର୍ମଚାରୀଙ୍କ ପାଇଁ ବାସଗୃହ, ରୋଗୀଙ୍କ ପାଇଁ ଧର୍ମଶାଳା, ହଷ୍ଟେଲ ନିର୍ମାଣ କରାଯିବ । ଆଗାମୀ ୩ ବର୍ଷ ମଧ୍ୟରେ ଏହି ହସ୍ପିଟାଲ ନିର୍ମାଣ କାର୍ଯ୍ୟକୁ ଶେଷ କରିବାର ଲକ୍ଷ୍ୟ ରଖାଯାଇଛି । ସେହିପରି କ୍ୟାନସର ହସ୍ପିଟାଲରେ ନିଯୁକ୍ତ ହେବାକୁ ଥିବା ମେଡ଼ିକାଲ କର୍ମଚାରୀମାନଙ୍କ ଦକ୍ଷତା ବୃଦ୍ଧି ପାଇଁ ବିଭାଗୀୟ ମନ୍ତ୍ରଣାଳୟ ତରଫରୁ ଏକ ‘ଦକ୍ଷତା ପ୍ରଶିକ୍ଷଣ କେନ୍ଦ୍ର’ ଖୋଲାଯାଇ ପ୍ରଶିକ୍ଷଣ ପ୍ରଦାନ କରାଯିବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି ।

ଓଡ଼ିଶା ସମେତ ସମଗ୍ର ଭାରତର ସ୍ୱାସ୍ଥ୍ୟ ସେବାକୁ ସୁଦୃଢ଼ କରିବା ଦିଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁତ୍ୱ ଦେଉଛନ୍ତି । ଓଡ଼ିଶା ତଥା ପୂର୍ବ ଭାରତର ସ୍ୱାସ୍ଥ୍ୟସେବାକୁ ପ୍ରାଧାନ୍ୟ ଦେଇ ଏହି ପଦକ୍ଷେପ ନେଇଥିବାରୁ ଶ୍ରୀ ପ୍ରଧାନ ଖୁସିବ୍ୟକ୍ତ କରିଛନ୍ତି । ଏହି ହସ୍ପିଟାଲ ନିର୍ମାଣ ହେଲେ ଓଡ଼ିଶାବାସୀ ଉପକୃତ ହୋଇପାରିବେ ଓ ଏହି କ୍ଷେତ୍ରରେ ଅଧିକରୁ ଅଧିକ ଗବେଷଣା ହୋଇପାରିବ ବୋଲି ସେ କହିଛନ୍ତି ।

ଏହି ବୈଠକରେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ, ଟଟା ମେମୋରିଆଲ ସେଣ୍ଟରର ଅଧିକାରୀ, ଶିକ୍ଷା ଏବଂ ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟ ଏବଂ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ ଓ ଆଟୋମିକ ଏନର୍ଜି ବିଭାଗର ବରିଷ୍ଠ ଅଧିକାରୀ ମାନେ ପ୍ରମୁଖ ଉପସ୍ଥିତ ଥିଲେ ।

Leave A Reply

Your email address will not be published.