jayashree

ଉତ୍ତରପ୍ରଦେଶରେ ପ୍ରବଳ ବର୍ଷା ଏବଂ ବଜ୍ରପାତ ଜନିତ କାରଣ ପାଇଁ ଗତ ୨୪ ଘଣ୍ଟା ମଧ୍ୟରେ ୩୪ ଜଣଙ୍କ ମୃତ୍ୟୁ

ଲକ୍ଷ୍ନୌ : ଉତ୍ତରପ୍ରଦେଶରେ ପ୍ରବଳ ବର୍ଷା ଏବଂ ବଜ୍ରପାତ ଜନିତ କାରଣ ପାଇଁ ଗତ ୨୪ ଘଣ୍ଟା ମଧ୍ୟରେ ୩୪ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ୧୭ ଜଣଙ୍କର ବଜ୍ରପାତରେ ମୃତ୍ୟୁ ହୋଇଥିବା ବେଳେ ୧୨ ଜଣଙ୍କର ପାଣିରେ ବୁଡ଼ି ଏବଂ ଅନ୍ୟ ୫ ଜଣଙ୍କର ବର୍ଷା ଯୋଗୁଁ ମୃତ୍ୟୁ ହୋଇଛି । ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉକ୍ତ ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି । ମୃତକଙ୍କ ପରିବାର ସଦସ୍ୟଙ୍କ ପାଇଁ ଯୋଗୀ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କରିଛନ୍ତି । ମୃତକଙ୍କ ପରିବାର ସଦସ୍ୟଙ୍କୁ ତୁରନ୍ତ ସହାୟତାର ହାତ ବଢ଼ାଇବା ପାଇଁ ଯୋଗୀ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

Leave A Reply

Your email address will not be published.