pakka

ଜାପାନ ପ୍ରଧାନମନ୍ତ୍ରୀଙ୍କ ସହିତ ଦ୍ୱିପାକ୍ଷିକ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦଘାଟନୀ ବକ୍ତବ୍ୟ

bbehera

ନୂଆଦିଲ୍ଲୀ, (ପିଆଇବି) :
ମହାମହିମ,
ଆଜି ଏକ ଦୁଃଖଦ ବେଳାରେ ଆମ ଦୁହିଁଙ୍କର ଭେଟ ହୋଇଛି । ଆଜି ଜାପାନରେ ଆସି ପହଞ୍ଚିବା ପରେ, ମୁଁ ଅଧିକ ଶୋକାଭିଭୂତ ଅନୁଭବ କରୁଛି । କାରଣ ଗତ ଥର ଯେତେବେଳେ ମୁଁ ଏଠାକୁ ଆସିଥିଲି ଆବେ ସାନଙ୍କ ସହିତ ଦୀର୍ଘ ସମୟ ଧରି କଥା ହୋଇଥିଲି । ତା’ଛଡ଼ା ଫେରିଯିବା ପରେ ଏମିତି ଏକ ଦୁଃଖଦ ଖବର ଶୁଣିବାର ପରିସ୍ଥିତି ଉପୁଜିବ ବୋଲି କେବେ କଳ୍ପନା ସୁଦ୍ଧା କରିପାରିନଥିଲି ।

ଆବେ ସାନ ଏବଂ ତାଙ୍କ ସହ ଆପଣ ମଧ୍ୟ ବିଦେଶ ମନ୍ତ୍ରୀ ଭାବେ ଭାରତ ଏବଂ ଜାପାନ ସମ୍ପର୍କକୁ ନୂଆ ଉଚ୍ଚତାକୁ ନେଇ ଯାଇଛନ୍ତି । ଅନେକ କ୍ଷେତ୍ରରେ ଏହି ସମ୍ପର୍କକୁ ଅଧିକ ବିସ୍ତାରିତ କରିଛନ୍ତି । ଆମର ବନ୍ଧୁତା, ଭାରତ- ଜାପାନ ମୈତ୍ରୀ ବିଶ୍ବସ୍ତରରେ ଏକ ପ୍ରଭାବ ସୃଷ୍ଟି କରିବାରେ ବହୁତ ବଡ଼ ଭୂମିକା ନିର୍ବାହ କରିଛି । ଆଉ ଏ ସବୁ ପାଇଁ ଆଜି ଭାରତର ଜନସାଧାରଣ ଆବେ ସାନଙ୍କୁ ଖୁବ୍‌ ମନେ ପକାଉଛନ୍ତି, ଜାପାନକୁ ମନେ ପକାଉଛନ୍ତି । ଭାରତ ସବୁବେଳେ ଏକ ପ୍ରକାରରେ ତାଙ୍କର ଅନୁପସ୍ଥିତି ଜନିତ ଶୂନ୍ୟସ୍ଥାନକୁ ଅନୁଭବ କରୁଛି ।

କିନ୍ତୁ ମୋର ବିଶ୍ବାସ ରହିଛି ଯେ ଆପଣଙ୍କ ନେତୃତ୍ବରେ ଭାରତ- ଜାପାନ ସମ୍ପର୍କ ଆହୁରି ଅଧିକ ନିବିଡ଼ ହେବ, ଆହୁରି ଅଧିକ ଉଚ୍ଚତା ଛୁଇଁବ । ଆମେ ବିଶ୍ବର ସମସ୍ୟା ସମାଧାନ କରିବାରେ ଏକ ଉପଯୁକ୍ତ ଭୂମିକା ନିର୍ବାହ କରିବା ଲାଗି ସକ୍ଷମ ହୋଇପାରିବୁ, ମୋର ସମ୍ପୂର୍ଣ୍ଣ ବିଶ୍ବାସ ରହିଛି ।

Leave A Reply

Your email address will not be published.

18 − 10 =