om academy

ରକ୍ଷା ବନ୍ଧନ ପୂର୍ବ ସନ୍ଧ୍ୟାରେ ଦେଶବାସୀଙ୍କୁ ରାଷ୍ଟ୍ରପତିଙ୍କ ଶୁଭେଚ୍ଛା ବାର୍ତ୍ତା

jsm

ଦିଲ୍ଲୀ, (ପିଆଇବି) : ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ରକ୍ଷା ବନ୍ଧନ ପୂର୍ବ ସନ୍ଧ୍ୟାରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ ଦେଇଥିବା ବାର୍ତ୍ତାରେ କହିଛନ୍ତି:-
“ରକ୍ଷା ବନ୍ଧନ ଅବସରରେ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଉଛି ।
ରକ୍ଷା ବନ୍ଧନ ଭାଇ ପ୍ରତି ଭଉଣୀର ଭଲପାଇବା ଓ ସ୍ନେହର ଅଭିବ୍ୟକ୍ତି ଅଟେ ଏବଂ ଏହା ସେମାନଙ୍କ ମଧ୍ୟରେ ଥିବା ଅତୁଟ ବନ୍ଧନକୁ ଦୋହରାଇବାର ଅବସର । ସ୍ୱତଃସ୍ଫୁର୍ତ୍ତ ଭଲପାଇବା ଓ ପରିପୂରକତାର ପ୍ରତୀକ ରକ୍ଷା ବନ୍ଧନ ଲୋକଙ୍କୁ ଆପଣାର କରିଥାଏ ।

ଭାଇ ଓ ଭଉଣୀ ମଧ୍ୟରେ ପାରସ୍ପରିକ ବିଶ୍ୱାସର ଏହି ପର୍ବ ସମାଜରେ ମହିଳାମାନଙ୍କ ପ୍ରତି ସଦ୍ଭାବ ଓ ସମ୍ମାନକୁ ପ୍ରୋତ୍ସାହିତ କରୁ ବୋଲି କାମନା କରୁଛି ।”

Leave A Reply

Your email address will not be published.