
କାବୁଲ : ପୁଣି ଥରିଲା ଆଫଗାନିସ୍ତାନ । ଶୁକ୍ରବାର ସକାଳେ ଆଫଗାନିସ୍ତାନର ଫୌଜାବାଦରେ ଏକ ଭୂମିକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୧ ରେକର୍ଡ କରାଯାଇଛି । ଏନେଇ ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି ପକ୍ଷରୁ ଏହି ସୂଚନା ଦିଆଯାଇଛି । ତେବେ ଭୂମିକମ୍ପ ଯୋଗୁଁ କୌଣସି କ୍ଷୟକ୍ଷତି ହୋଇ ନଥିବା ଜଣାପଡିଛି । ଏହା ପୂର୍ବରୁ ମାର୍ଚ୍ଚ ୯ରେ ମଧ୍ୟ ଭୂକମ୍ପ ଅନୁଭୂତ ହୋଇଥିଲା ।