pakka

କ୍ୟାବିନେଟ୍ ମଞ୍ଜୁରି : ରାଜ୍ୟମାନଙ୍କୁ ରିହାତି ଦରରେ ଡାଲି ଯୋଗାଇ ଦେବେ କେନ୍ଦ୍ର ସରକାର

bbehera

• ମୂଲ୍ୟ ସମର୍ଥନ ଯୋଜନା ଏବଂ ମୂଲ୍ୟ ସ୍ଥିରତା ପାଣ୍ଠି ଅଧୀନରେ କିଣା ଯାଇଥିବା ଚଣା ଯୋଗାଣ ପ୍ରସ୍ତାବକୁ ଅନୁମୋଦନ
• ବିରି, ହରଡ଼ ଏବଂ ମସୁର ଡାଲି ପାଇଁ ପିଏସଏସ ଅଧୀନରେ ଗୁଣବତ୍ତା କ୍ରୟ ସୀମା ବର୍ତ୍ତମାନର ୨୫%ରୁ ୪୦%କୁ ବଢ଼ିଲା
• ଏହି ଯୋଜନାର କାର୍ଯ୍ୟକାରିତା ପାଇଁ ଖର୍ଚ୍ଚ ହେବ ୧୨ଶହ କୋଟି ଟଙ୍କା
• ଉତ୍ସ ରାଜ୍ୟର ନିର୍ଗମ ମୂଲ୍ୟ ଉପରେ କିଲୋ ପ୍ରତି ୮ଟଙ୍କା ରିହାତିରେ ୧୫ ଲକ୍ଷ ମେଟ୍ରିକ୍ ଟନ୍ ଚଣା ଯୋଗାଣ ପାଇଁ ଦିଆଗଲା ପ୍ରସ୍ତାବ
• କଲ୍ୟାଣମୂଳକ ଯୋଜନା/କାର୍ଯ୍ୟକ୍ରମରେ ଏହି ଡାଲିକୁ ଉପଯୋଗ କରିବେ ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶ ସରକାର

ନୂଆଦିଲ୍ଲୀ, (ପିଆଇବି) : ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶକୁ ରିହାତି ଦରରେ ଚଣା (ଡାଲି) ଯୋଗାଇ ଦେବେ କେନ୍ଦ୍ର ସରକାର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି ବୈଠକରେ ଏହି ପ୍ରସ୍ତାବକୁ ମଞ୍ଜୁରି ମିଳିଛି । ମୂଲ୍ୟ ସମର୍ଥନ ଯୋଜନା (ପିଏସଏସ) ଏବଂ ମୂଲ୍ୟ ସ୍ଥିରତା ପାଣ୍ଠି (ପିଏସଏଫ) ଅଧୀନରେ କିଣାଯାଇଥିବା ଡାଲି ଷ୍ଟକରୁ କେନ୍ଦ୍ର ସରକାର ଏହି ଚଣା ରାଜ୍ୟମାନଙ୍କୁ ଯୋଗାଇ ଦେବେ । ଏହି ଡାଲିକୁ ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶ ସରକାରମାନେ ବିଭିନ୍ନ କଲ୍ୟାଣମୂଳକ ଯୋଜନାରେ ଉପଯୋଗ କରିବେ । ଅନ୍ୟପଟେ ବିରି, ହରଡ଼ ଓ ମସୁର ଡାଲି ପାଇଁ ପିଏସଏସ ଅଧୀନରେ ଗୁଣବତ୍ତା କ୍ରୟ ସୀମାକୁ ମଧ୍ୟ ବର୍ତ୍ତମାନର ୨୫%ରୁ ୪୦%କୁ ବଢ଼ାଇବା ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ କରିଛନ୍ତି ।

ଅନୁମୋଦିତ ଯୋଜନାରେ, ଉତ୍ସ ରାଜ୍ୟର ନିର୍ଗମ ମୂଲ୍ୟ ଉପରେ କିଲୋ ପ୍ରତି ୮ଟଙ୍କା ରିହାତିରେ ୧୫ ଲକ୍ଷ ମେଟ୍ରିକ୍ ଟନ୍ ଚଣା ଯୋଗାଇ ଦେବା ପାଇଁ ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶମାନଙ୍କୁ ପ୍ରସ୍ତାବ ଦିଆଯାଇଛି । ପ୍ରଥମେ ଅନୁରୋଧ ଆସିଥିବା ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶଙ୍କୁ ପ୍ରଥମେ ଏହି ଯୋଜନାର ସୁବିଧା ମିଳିପାରିବ । ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶ ସରକାରମାନେ ସେମାନଙ୍କର ବିଭିନ୍ନ କଲ୍ୟାଣମୂଳକ କାର୍ଯ୍ୟକ୍ରମ/ଯୋଜନା ଯଥା ମଧ୍ୟାହ୍ନ ଭୋଜନ, ସାଧାରଣ ବଣ୍ଟନ ବ୍ୟବସ୍ଥା, ସମନ୍ବିତ ଶିଶୁ ବିକାଶ କାର୍ଯ୍ୟକ୍ରମ (ଆଇସିଡିପି) ଆଦିରେ ଏହିସବୁ ଡାଲିକୁ ନିଜ ରାଜ୍ୟ/କେନ୍ଦ୍ର ଶାସିତ ପ୍ରଦେଶରେ ଉପଯୋଗ କରିବେ । ୧୨ ମାସର ଏକକାଳୀନ ବିତରଣ ଅବଧି କିମ୍ବା ୧୫ ଲକ୍ଷ ମେଟ୍ରିକ ଟନ୍ ଚଣା ଷ୍ଟକ୍ ସରିବା ପର୍ଯ୍ୟନ୍ତ, ଯାହା ପ୍ରଥମେ ହେବ ସେହି ସୀମା ଅନୁଯାୟୀ ଏହି ସୁବିଧା ଉପଲବ୍ଧ ରହିବ । ଭାରତ ସରକାର ଏହି ଯୋଜନାକୁ କାର୍ଯ୍ୟକାରୀ କରିବା ଲାଗି ୧୨୦୦ କୋଟି ଟଙ୍କା ଖର୍ଚ୍ଚ କରିବେ ।

କ୍ୟାବିନେଟଙ୍କ ନିଷ୍ପତ୍ତି ଫଳରେ ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶ ସରକାରମାନେ ପିଡିଏସ, ମଧ୍ୟାହ୍ନ ଭୋଜନ ଯୋଜନା ଆଦି ବିଭିନ୍ନ କଲ୍ୟାଣମୂଳକ କାର୍ଯ୍ୟକ୍ରମରେ ଏହି ଚଣାକୁ ଉପଯୋଗ କରିବା ଲାଗି ସକ୍ଷମ ହେବେ । ମହଜୁଦ ଡାଲି ଉପଯୋଗ ହେବା ପରେ ପଣ୍ୟାଗାରଗୁଡ଼ିକରେ ସ୍ଥାନ ଖାଲି ହୋଇପାରିବ ଯାହାକି ଆସନ୍ତା ରବି ଋତୁ ସମୟରେ ମୂଲ୍ୟ ସମର୍ଥନ ଯୋଜନାରେ କିଣାଯାଇଥିବା ଡାଲି ଜାତୀୟ ଫସଲ ମହଜୁଦ କରି ରଖିବାରେ ସହାୟକ ହେବ । ଏହାଦ୍ବାରା ଚାଷୀମାନେ ସେମାନଙ୍କ ଡାଲିର ଉଚିତ୍ ମୂଲ୍ୟ ପାଇପାରିବେ ଏବଂ ଅଧିକ ଡାଲିଜାତୀୟ ଫସଲ ଚାଷରେ ନିବେଶ କରିବା ପାଇଁ ସେମାନେ ଅନୁପ୍ରାଣିତ ହେବେ । ଭବିଷ୍ୟତରେ ମଧ୍ୟ ସେମାନେ ନିଜ ଉତ୍ପାଦର ଉଚିତ୍ ମୂଲ୍ୟ ପାଇପାରିବେ । ଅଧିକନ୍ତୁ, ଏହା ଆମ ଦେଶକୁ ଏପରି ଡାଲି ଉତ୍ପାଦନ କ୍ଷେତ୍ରରେ ଆତ୍ମନିର୍ଭର ହେବା ଦିଗରେ ସହାୟକ ହେବ ।
ନିକଟ ଅତୀତରେ, ବିଶେଷ କରି ଗତ ତିନି ବର୍ଷ ମଧ୍ୟରେ ଚଣା (ଡାଲି) ଉତ୍ପାଦନ ସର୍ବୋଚ୍ଚ ସ୍ତରରେ ପହଞ୍ଚିଛି । ୨୦୧୯-୨୦, ୨୦୨୦-୨୧ ଏବଂ ୨୦୨୧-୨୨ ରବି ଋତୁରେ ମୂଲ୍ୟ ସମର୍ଥନ ଯୋଜନା ଅଧୀନରେ ଭାରତ ସରକାର ରେକର୍ଡ ପରିମାଣର ଚଣା କିଣିଛନ୍ତି । ଏହି କାରଣରୁ ପିଏସଏସ ଏବଂ ପିଏସଏଫ ଅଧୀନରେ ସରକାରଙ୍କ ପାଖରେ ୩୦.୫୫ ଲକ୍ଷ ମେଟ୍ରିକ ଟନ୍ ଚଣା ମହଜୁଦ ଅଛି । ପରବର୍ତ୍ତୀ ରବି ଋତୁରେ ଚଣା ଉତ୍ପାଦନ ମଧ୍ୟ ଭଲ ରହିବ ବୋଲି ଆଶା କରାଯାଉଛି । ଏହାଛଡ଼ା ୨୦୨୨-୨୩ ଋତୁ ପାଇଁ ଚଣାର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି ପାଇଥିବା କାରଣରୁ ମୂଲ୍ୟ ସମର୍ଥନ ଯୋଜନାରେ ଅଧିକ ଡାଲି କିଣାଯିବ ।

Leave A Reply

Your email address will not be published.

ten + 18 =