ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୮୦୮୩୪ ଜଣ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ କମିବାରେ ଲାଗିଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୮୦୮୩୪ ଜଣ ଆକ୍ରାନ୍ତ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୪ ଘଣ୍ଟା ମଧ୍ୟରେ ୩୩୦୩ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୯୪ଲକ୍ଷ ୩୯ ହଜାର ୯୮୯ରେ ପହଞ୍ଚିଛି । ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୩ ଲକ୍ଷ ୭୦ ହଜାର ୩୮୪ରେ ପହଞ୍ଚିଛି । ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୮୦ ଲକ୍ଷ ୪୩ ହଜାର ୪୪୬ରେ ପହଁଚିଛି । ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୧୦୨୬୧୫୯ ।

Leave A Reply

Your email address will not be published.