ଦେଶରେ ବଢ଼ି ଚାଲିଛି ଆକ୍ରାନ୍ତଙ୍କ ସଂଖ୍ୟା : ଆଜି ୨୪ ଘଂଟାରେ ୬୨,୫୩୮ ସଂକ୍ରମିତ

ନୂଆଦିଲ୍ଲୀ, (କେପିଏନ୍ଏସ୍) : ବଢ଼ି ଚାଲିଛି ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଂଟାରେ ଆକ୍ରାନ୍ତଙ୍କ ସଂଖ୍ୟା ୬୨,୫୩୮ରେ ପହଂଚିଛି । ପୁଣି ୮୮୬ ଜଣଙ୍କ ମୃତ୍ୟୁ ଘଟିଛି । ବର୍ତ୍ତମାନ ପର୍ଯ୍ୟନ୍ତ ସଂକ୍ରମିତଙ୍କ ମଧ୍ୟରୁ ୧୩,୭୮,୧୦୫ ଜଣ ସୁସ୍ଥ ହୋଇ ସାରିଥିବା ବେଳେ ୬,୦୭,୩୮୪ ଜଣ ଦେଶର ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସାଧୀନ ରହିଛନ୍ତି । ଏବେ ଦେଶରେ ସର୍ବମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦,୨୭,୦୭୪ ଏବଂ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୧,୫୮୫ରେ ପହଂଚିଛି । ଏ ସଂକ୍ରାନ୍ତରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.